Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:19 - ପବିତ୍ର ବାଇବଲ

19 କିନ୍ତୁ ସେଠାରେ ଏତେ ଲୋକ ଥିଲେ ଯେ ସେମାନେ ଯୀଶୁଙ୍କ ପାଖକୁ ଯିବାକୁ ବାଟ ପାଇଲେ ନାହିଁ। ତେଣୁ ସେମାନେ ଛାତ ଉପରକୁ ଗ୍ଭଲିଗଲେ। ଛାତରୁ ଛପର କିଛି ବାହାର କରି କଣାଟିଏ କଲେ। ସେମାନେ ସେହି କଣା ବାଟେ ପକ୍ଷାଘାତ ରୋଗୀଟିକୁ ଖଟ ସହିତ ଯୀଶୁଙ୍କ ସାମନାକୁ ଖସେଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ଘେନିଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

19 କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 କିନ୍ତୁ ଲୋକ ଗହଳି ହେତୁ ସେମାନେ ତାକୁ ଭିତରକୁ ନେବା ପାଇଁ କୌଣସି ବାଟ ପାଇଲେ ନାହିଁ। ତେଣୁ ସେମାନେ ତାକୁ ଛାତ ଉପରକୁ ବୋହି ନେଲେ। ଛାତରୁ କେତେକ ଟାଇଲ୍ ଖୋଲି ସେହି ବାଟେ ରୋଗୀକୁ ଶଯ୍ୟା ସହିତ ଯୀଶୁଙ୍କ ଆଗରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରେ ତଳକୁ ଖସାଇ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:19
7 Referans Kwoze  

ଲୋକ ଭିଡ଼ ହୋଇ ଯାଇଥିବାରୁ ସେମାନେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସେମାନେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣାରେ ପଡ଼ିଥିବା ପକ୍ଷାଘାତ ରୋଗୀଟିକୁ ସେହି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ଯ୍ୟନ୍ତ, ତଳକୁ ଝୁଲାଇ ଦେଲେ।


ମୁଁ ଗୋପନରେ ତୁମ୍ଭକୁ ଯାହାସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ୟ ଦିବାଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।


“ଯେତେବେଳେ ତୁମ୍ଭେମାନେ ଏକ ନୂତନ ଗୃହ ନିର୍ମାଣ କର, ତୁମ୍ଭେମାନେ ସେହି ଛାତର ଚତୁର୍ପାର୍ଶ୍ୱରେ ପାଚେରୀ ଉଠାଇବ। ତେବେ ତୁମ୍ଭେମାନେ କୌଣସି ଲୋକ ଛାତ ଉପରୁ ପଡ଼ି ମରିବା ପାଇଁ ଦୋଷୀ ହେବ ନାହିଁ।


ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ।


ଯିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜପ୍ରାସାଦଗୁଡ଼ିକ ତୋଫତ୍ ତୁଲ୍ୟ “ଅଶୁଚି” ସ୍ଥାନ ହେବ। କାରଣ ସେମାନେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରିଅଛନ୍ତି।’”


ଥରେ ସନ୍ଧ୍ୟା ସମୟରେ ଦାଉଦ ବିଛଣାରୁ ଉଠି ଛାତ ଉପରେ ବୁଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସେହି ସ୍ତ୍ରୀ ଜଣକ ଅତି ସୁନ୍ଦରୀ ଥିଲା।


ସେମାନେ ଖାଦ୍ୟ ଖାଇ ସାରିବା ପରେ ସେ ଉପାସନା ସ୍ଥଳରୁ ସହରକୁ ଫେରିଲେ। ଶାମୁୟେଲ ଛାତ ଉପରେ ଶାଉଲଙ୍କ ପାଇଁ ବିଛଣା ତିଆରି କଲେ


Swiv nou:

Piblisite


Piblisite