Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:2 - ପବିତ୍ର ବାଇବଲ

2 ଯୀଶୁ ହ୍ରଦ କୂଳରେ ଦୁଇଟି ଡଙ୍ଗା ଥୁଆ ହୋଇଥିବାର ଦେଖିଲେ। କେଉଟମାନେ ସେହି ଡଙ୍ଗାରୁ ଓହ୍ଲେଇ ତାହାଙ୍କ ଜାଲ ଧୋଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ସେ ହ୍ରଦକୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେ କୂଳରେ ଦୁଇଟି ନୌକା ବନ୍ଧା ଯାଇଥିବାର ଦେଖିଲେ। ଧୀବରମାନେ ସେଗୁଡ଼ିକୁ ଛାଡ଼ି ଜାଲ ଧୋଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:2
7 Referans Kwoze  

ଯୀଶୁ ଗାଲିଲୀ ହ୍ରଦ କୂଳରେ ଗ୍ଭଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନୌକାରେ ବସି ମାଛ ଧରିବା ପାଇଁ ଜାଲ ସଜାଡ଼ୁଥିଲେ।


ଯୀଶୁ ସେଠାରୁ ଆଗକୁ ଗ୍ଭଲିଲେ। ସେ ଦେଖିଲେ ଯେ ଜେବଦୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସେମାନଙ୍କୁ ଡାକିଲେ।


ଯୀଶୁ ଗାଲିଲୀ ହ୍ରଦ ପାଖଦେଇ ଯାଉଥିଲେ, ସେ (ପିତର ନାମରେ ଖ୍ୟାତ) ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦେଖିଲେ। ସେମାନେ ହ୍ରଦରେ ଜାଲ ପକାଉଥିଲେ। ସେମାନେ, ବ୍ୟବସାୟରେ କେଉଟ ଥିଲେ।


ଯୀଶୁ ଗାଲିଲୀ ହ୍ରଦ ଦେଇ ଯିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମୋନ, ପିତରଙ୍କର ଏହା ଅନ୍ୟ ଏକ ନାମ। ସେହି ଦୁଇଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସେମାନେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ।


ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ।


ଯୀଶୁ ସେଥିରୁ ଗୋଟିଏ ଡଙ୍ଗାରେ ଚଢ଼ିଗଲେ। ସେ ଡଙ୍ଗାଟି ଶିମୋନଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନେବାକୁ ଶିମୋନଙ୍କୁ କହିଲେ। ତା'ପରେ ସେ ଡଙ୍ଗାଟିରେ ବସି ପଡ଼ିଲେ ଓ ସେହି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।


ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କର ପଛେ ପଛେ ଯାଇଥିଲେ, ସେ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମୋନ ପିତରଙ୍କର ଭାଇ ଥିଲେ।


Swiv nou:

Piblisite


Piblisite