Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:29 - ପବିତ୍ର ବାଇବଲ

29 ଲେବୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘରେ ଗୋଟିଏ ବଡ଼ ଭୋଜି ଦେଲେ। ଅନେକ କରଆଦାୟକାରୀ ଓ ଅନ୍ୟ କେତେକ ଲୋକ ମଧ୍ୟ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁ ସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ତା’ପରେ ଲେବୀ ତାଙ୍କ ଗୃହରେ ଯୀଶୁଙ୍କ ପାଇଁ ଗୋଟିଏ ବଡ଼ ଭୋଜି ପ୍ରସ୍ତୁତ କଲେ। ସେହି ଭୋଜିରେ କରଆଦାୟକାରୀ ଓ ଅନ୍ୟାନ୍ୟ ବହୁସଂଖ୍ୟକ ଲୋକ ଯୋଗ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:29
9 Referans Kwoze  

ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନେକ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ।


ଜଣେ ଅବିଶ୍ୱାସୀ ଲୋକ ତୁମ୍ଭମାନଙ୍କୁ ଭୋଜନ ପାଇଁ ଡାକିପାରେ। ଯଦି ତୁମ୍ଭେମାନେ ଯିବାକୁ ସ୍ଥିର କଲ, ଯାହା ତୁମ୍ଭମାନଙ୍କ ଆଗରେ ଥୁଆ ହୋଇଛି, ତାହା ଖାଅ।


ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ।


ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲେବିଙ୍କ ଘରେ ଖାଉଥିବା ସମୟରେ, ସେମାନଙ୍କ ସହିତ ଅନେକ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ୟ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନେକ ଲୋକ ମଧ୍ୟ ସେଠାରେ ଥିଲେ।


ଯୀଶୁ ମାଥିଉଙ୍କ ଘରେ ଖାଉଥିଲେ। ସେ ଖାଇବା ବେଳେ ଅନେକ କରଆଦାୟକାରୀ ଓ ଅନେକ ପାପୀମାନେ ସେଠାରେ ପହଞ୍ଚିଲେ। ସେମାନେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।


ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀମାନେ ମଧ୍ୟ ଏହା କରନ୍ତି।


ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।


ତା'ପରେ ମନୁଷ୍ୟପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ‘ଦେଖ, ଏ ଲୋକ ପେଟୁଆ ଓ ମଦୁଆ। ସେ ପାପୀ ଓ କରଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।’ କିନ୍ତୁ କାର୍ଯ୍ୟ ଦ୍ୱାରା ଜ୍ଞାନ ସତ୍ୟ ବୋଲି ପ୍ରମାଣିତ ହୋଇଥାଏ।”


Swiv nou:

Piblisite


Piblisite