Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:26 - ପବିତ୍ର ବାଇବଲ

26 ତେବେ ତୁମ୍ଭେମାନେ କ’ଣ ଦେଖିବା ପାଇଁ ବାହାରି ଯାଇଥିଲ? କ’ଣ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି। ଯୋହନ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କଠାରୁ ମଧ୍ୟ ମହାନ୍ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତାହା ନ ହେଲେ କଅଣ ଦେଖିବା ନିମନ୍ତେ ବାହାରି ଯାଇଥିଲ? କଅଣ ଜଣେ ଭାବବାଦୀଙ୍କି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି।

Gade chapit la Kopi

ଓଡିଆ ବାଇବେଲ

26 ତାହା ନ ହେଲେ କ'ଣ ଦେଖିବା ନିମନ୍ତେ ବାହାରି ଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ମୋତେ କୁହ, ତୁମ୍ଭେମାନେ କ’ଣ ଦେଖିବା ପାଇଁ ଯାଇଥିଲ? ଜଣେ ଭାବବାଦୀଙ୍କୁ? ହଁ, ପ୍ରକୃତରେ ତୁମେ ଜଣେ ଭାବାବଦୀଙ୍କ ଅପେକ୍ଷା ଶ୍ରେଷ୍ଠ ବ୍ୟକ୍ତିଙ୍କୁ ଦେଖିଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତାହା ନ ହେଲେ କଅଣ ଦେଖିବା ନିମନ୍ତେ ବାହାରି ଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:26
8 Referans Kwoze  

କିନ୍ତୁ ଆମ୍ଭେ ଯଦି କହିବା, ‘ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,’ ତେବେ ସବୁ ଲୋକ ଆମ୍ଭ ଉପରକୁ ଟେକା ପଥର ଫିଙ୍ଗି ଆମ୍ଭକୁ ଜୀବନରେ ମାରିଦେବେ। କାରଣ ସେମାନେ ଯୋହନଙ୍କୁ ଭବିଷ୍ୟ‌ଦ୍‌ବକ୍ତା ରୂପେ ବିଶ୍ୱାସ କରନ୍ତି।”


“ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତା ରୂପେ ଖ୍ୟାତ ହେବ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ।


ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦେଇଥିଲେ। ଏବଂ ତୁମ୍ଭେମାନେ ସେହି ଆଲୋକ କିଛି କ୍ଷଣ ପାଇଁ ଉପଭୋଗ କରି ଖୁସୀ ହେଲ।


“ମୋଶାଙ୍କ ନିୟମ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଲେଖା ଅନୁସାରେ ଲୋକମାନେ ଜୀବନଯାପନ କରନ୍ତୁ ବୋଲି ପରମେଶ୍ୱର ଗ୍ଭହିଁଲେ। କିନ୍ତୁ ବାପ୍ତିଜକ ଯୋହନ ଆସିବା ପରଠାରୁ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଅନେକ ଲୋକ ଅକ୍ଳାନ୍ତ ଚେଷ୍ଟା କରୁଛନ୍ତି।


ତା'ନ ହେଲେ, ତୁମ୍ଭେ କ’ଣ ଦେଖିବାକୁ ସେଠାକୁ ଯାଇଥିଲ? କ’ଣ ଉତ୍ତମ ବସ୍ତ୍ର ପିନ୍ଧିଥିବା ଜଣେ ଲୋକକୁ? ନା, ଯେଉଁମାନେ ଉତ୍ତମ ବସ୍ତ୍ର ପିନ୍ଧନ୍ତି ଏବଂ ଆମୋଦ ପ୍ରମୋଦରେ ଜୀବନ କଟାନ୍ତି, ସେମାନେ ତ ରାଜାଙ୍କ ପ୍ରାସାଦ ମାନଙ୍କରେ ଥା’ନ୍ତି।


ଯୋହନଙ୍କ ବିଷୟରେ ଏହା ଲେଖାଅଛି: ‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଦୁତଙ୍କୁ ପଠାଉଛି। ସେ ତୁମ୍ଭ ପାଇଁ ପୂର୍ବରୁ ରାସ୍ତା ତିଆରି କରିଦେବେ।’


Swiv nou:

Piblisite


Piblisite