Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:47 - ପବିତ୍ର ବାଇବଲ

47 ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଅନେକ ପାପକ୍ଷମା କରି ଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ରେମ ଦେଖାଇଛି। ଯେଉଁ ଲୋକ କ୍ଷମା ପାଇବା ପାଇଁ କମ୍ ଆବଶ୍ୟକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ରେମ ଅନୁଭବ କରିଥାଏ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।

Gade chapit la Kopi

ଓଡିଆ ବାଇବେଲ

47 ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ମୁଁ ତୁମକୁ କହୁଛି, ସେ ଯେଉଁ ଗଭୀର ପ୍ରେମ ପ୍ରକାଶ କରିଛି, ତାହା ପ୍ରମାଣ କରେ ଯେ ତା’ର ବହୁତ ପାପ କ୍ଷମା ହୋଇଛି। କିନ୍ତୁ ଯାହାର ଅଳ୍ପ ପାପ କ୍ଷମା ହୋଇଛି, ସେ ଅଳ୍ପ ପ୍ରେମ ପ୍ରକାଶ କରେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:47
25 Referans Kwoze  

ପରମେଶ୍ୱର ଆମ୍ଭକୁ ପ୍ରଥମେ ପ୍ରେମ କରିବାରୁ ଆମ୍ଭେମାନେ ତାହାଙ୍କୁ ପ୍ରେମ କରିଲୁା


ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍।


ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ।


ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା'ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।


ଲୋକମାନେ ଅଧିକ ପାପ କରିବା ପାଇଁ ବ୍ୟବସ୍ଥା ଆସିଲା, କିନ୍ତୁ ଯେତେବେଳେ ଲୋକେ ଅଧିକ ପାପ କଲେ, ପରମେଶ୍ୱର ସେମାନଙ୍କୁ ପ୍ରଚୁର ମାତ୍ରାରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଶେଷ ପ୍ରେମ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ହେଉ।


ଦୁଷ୍ଟାଗ୍ଭରୀ ତା'ର ମନ୍ଦକାର୍ଯ୍ୟ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ୟାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦେବେ। ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।


କାରଣ ପରମେଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ।


କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।


ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ: ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ;


ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡାହାଣ ପଟେ ସ୍ଥାପିତ କରିଛନ୍ତି।


ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।


ଯେଉଁ ଫାରୂଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, “ଯୀଶୁ ଯଦି ପ୍ରକୃତରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ହୋଇଥା’ନ୍ତେ, ତେବେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।”


“ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ।


ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।


ସେ ପୁନର୍ବାର ଫେରିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦରେ ଦଳି ଦେବେ ଓ ସମସ୍ତ ପାପକୁ ଅତଳ ସମୁଦ୍ରରେ ନେଇ ନିକ୍ଷେପ କରିବେ।


ତୁମ୍ଭେ ଯାହାସବୁ କରିଅଛ, ଯେତେବେଳେ ମୁଁ ସେସବୁକୁ ସଂଶୋଧନ କରି ଦେବି। ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।


ତୁମ୍ଭେ ମୋ’ ମୁଣ୍ଡରେ ତେଲ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମୋ’ ପାଦରେ ଅତର ଲଗାଇଲା।


ତା'ପରେ ଯୀଶୁ ସେହି ସ୍ତ୍ରୀ ଲୋକଟିକୁ କହିଲେ, “ତୋର ପାପକ୍ଷମା କରି ଦିଆଗଲା।”


Swiv nou:

Piblisite


Piblisite