Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:18 - ପବିତ୍ର ବାଇବଲ

18 ତୁମ୍ଭେମାନେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନ ଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସେତକ ମଧ୍ୟ ତା'ଠାରୁ ଛଡ଼ାଇ ନିଆଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।

Gade chapit la Kopi

ଓଡିଆ ବାଇବେଲ

18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 “ସେଥିପାଇଁ ତୁମ୍ଭେମାନେ କିପରି ଶୁଣୁଛ, ସେ ବିଷୟରେ ସାବଧାନ ହୁଅ; କାରଣ ଯାହାର ଅଛି, ତାହାକୁ ଆହୁରି ଦିଆଯିବ, କିନ୍ତୁ ଯାହାର ନାହିଁ, ତାହାର ଯାହା କିଛି ଅଛି ବୋଲି ସେ ଭାବେ, ତାହା ମଧ୍ୟ ତା’ଠାରୁ ଛଡ଼ାଇ ନିଆଯିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 8:18
25 Referans Kwoze  

ଯାହା ପାଖରେ କିଛି ହେଲେ ବୁଝିବା ଶକ୍ତି ଅଛି, ତାକୁ ଆହୁରି ଅଧିକ ଦିଆଯିବ ଏବଂ ସେ ଆବଶ୍ୟକତାଠାରୁ ଅଧିକ ପାଇବ। କିନ୍ତୁ ଯାହା ପାଖରେ ବିଶେଷ ବୁଝିବା-ଶକ୍ତି ନାହିଁ, ସେ ତା'ପାଖରେ ଥିବା ସେହି ଟିକେ ବୁଝିବାଶକ୍ତି ମଧ୍ୟ ହରେଇ ବସିବ।


“ରାଜା କହିଲେ, ‘ଯଦି ଜଣେ ବ୍ୟକ୍ତି ତା’ ପାଖରେ ଯାହା ଅଛି ତାହାର ବ୍ୟବହାର କରେ ତେବେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ୟକ୍ତି ତା’ ପାଖରେ ଯେତିକି ଅଛି, ତାହା ବ୍ୟବହାର କରେନି ତା'ଠାରୁ ତାହା ମଧ୍ୟ ଛଡ଼େଇ ନିଆଯିବ।


ଯେଉଁ ଲୋକ ନିଜ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ, ତାକୁ ବହୁତ ଅଧିକ ଦିଆଯିବ। ତାହାଙ୍କୁ ତାହାଙ୍କର ଆବଶ୍ୟକତାଠାରୁ ବହୁତ ବେଶୀ ଦିଆଯିବ। କିନ୍ତୁ ଯେଉଁ ଲୋକ ତା’ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ ନାହିଁ, ତା'ଠାରୁ ଯାହାକିଛି ଅଛି, ସବୁକିଛି ଛଡ଼େଇ ନିଆଯିବ।’


ମୋ'ଠାରେ ଥିବା ଯେଉଁ ଶାଖାରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖାରେ ଫଳ ଫଳି ଥାଏ, ସେ ସେଗୁଡ଼ିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।


ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟରେ ଅଧିକ ମନୋଯୋଗୀ ହେବା ଦରକାର, ନଚେତ୍ ସତ୍ୟମାର୍ଗରୁ ବିଚଳିତ ହୋଇ ପଥଭ୍ରଷ୍ଟ ହେବୁ।


ଯଦି ଜଣେ ଲୋକ ନିଜକୁ ଭାବବାଦୀ ବୋଲି ମନେ କରେ ବା ସେ ନିଜକୁ ଆଧ୍ୟାତ୍ମିକ ଦାନର ଅଧିକାରୀ ବୋଲି ଭାବେ, ତା'ହେଲେ ସେ ବୁଝି ପାରିବା ଉଚିତ୍ ଯେ, ମୁଁ ଯାହାକିଛି ତୁମ୍ଭମାନଙ୍କୁ ଲେଖୁଛି, ତାହା ପ୍ରଭୁଙ୍କର ଆଦେଶ ଅଟେ।


କିନ୍ତୁ ପ୍ରେମ ଅନ୍ୟମାନଙ୍କୁ ବଳିଷ୍ଠ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରେ। ଯଦି କିଏ ଭାବେ ଯେ, ସେ କିଛି ଜାଣେ ତା'ହେଲେ ସେ ଯେ ମୂର୍ଖ ଏହା ଜାଣି ରଖିବା ଉଚିତ୍।


ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ଯୁଗ ଅନୁସାରେ ଜ୍ଞାନୀ ଅଟେ, ତା'ହେଲେ ତାକୁ ମୂର୍ଖ ହେବାକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହୋଇପାରିବା


ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।


ସେଠାରେ ଲୋକମାନେ ଥେସଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସେମାନେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସେମାନଙ୍କର କଥା ସତ୍ୟ ନା ମିଥ୍ୟା, ଏହି କଥା ଜାଣିବା ପାଇଁ ସେମାନେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।


ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡକେଇ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦେଇଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠାରେ ପ୍ରଭୁଙ୍କ ସମ୍ମୁଖରେ ଅପେକ୍ଷା କରି ରହିଛୁ।”


ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ୟପୁତ୍ରଙ୍କୁ କେତେଜଣ ମନୁଷ୍ୟମାନଙ୍କ ହାତରେ ଧରେଇ ଦେବେ।”


ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା'ର କାରଣ ଅଛି, ତା'ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍।


“ତୁମ୍ଭେମାନେ, ‘ଧ୍ୱଂସ ଘଟାଉଥିବା ଭୟଙ୍କର ବସ୍ତୁକୁ’ ଯେଉଁଠାରେ ନ ରହିବା ଉଚିତ୍, ସେହି ସ୍ଥାନରେ ଥିବାର ଦେଖିବ।” ଯେଉଁମାନେ ଏହା ପଢ଼ିବେ, ସେମାନେ ବୁଝିନେବା ଉଚିତ୍ ଯେ ଏହାର ଅର୍ଥ କ’ଣ? “ସେତେବେଳେ ଯିହୂଦାର ଲୋକମାନେ ପାହାଡ଼ ଉପରକୁ ପଳେଇବା ଉଚିତ୍।


ମନୁଷ୍ୟର ଦୃଷ୍ଟିରେ ଯେକୌଣସି ପଥ ସରଳ ଦେଖାଯାଏ ତାହା ଶେଷରେ ମୃତ୍ୟୁର ପଥ ହୋଇଥାଏ।


Swiv nou:

Piblisite


Piblisite