Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:2 - ପବିତ୍ର ବାଇବଲ

2 କେତେକ ସ୍ତ୍ରୀଲୋକ ମଧ୍ୟ ତାହାଙ୍କ ସାଙ୍ଗରେ ଥିଲେ। ସେମାନଙ୍କୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣକର ନାଁ ଥିଲା ମରିୟମ। ସେ ମ‌ଗ୍‌ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତୋଟି ଭୂତ ବାହାର କରା ଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍, ମଗ୍ଦଲିନୀ ନାମ୍ନୀ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରି ଯାଇଥିଲେ,

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍‌ଦଲୀନୀ ନାମକ ମରିୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଭୂତ କବଳରୁ ମୁକ୍ତ ହୋଇଥିବା ଓ ରୋଗରୁ ସୁସ୍ଥ ହୋଇଥିବା କେତେକ ସ୍ତ୍ରୀ ଲୋକ ମଧ୍ୟ ସେମାନଙ୍କ ସଙ୍ଗରେ ଗଲେ - ମରିୟମ (ଯାହାଙ୍କୁ ମଗ୍ଦଲିନୀ କୁହାଯାଉଥିଲା) ଓ ଯାହାଙ୍କର ସାତଟି ଭୂତ ବାହାରି କରାଯାଇଥିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍‍ ମଗ୍‌ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 8:2
11 Referans Kwoze  

ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେଲେ। ସର୍ବ ପ୍ରଥମେ ସେ ମ‌ଗ୍‌ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ।


ଯୀଶୁଙ୍କର ମା’ ତାହାଙ୍କ କ୍ରୁଶ ନିକଟରେ ଠିଆ ହୋଇଥିଲେ, ସେଠାରେ ତାହାଙ୍କର ମାଉସୀ, କ୍ଲୋପାଙ୍କ ସ୍ତ୍ରୀ ମରିୟମ ଓ ମ‌‌‌‌‌ଗ୍‌ଦଲୀନୀ ମରିୟମ ମଧ୍ୟ ଠିଆ ହୋଇଥିଲେ।


ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।


ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଯୋଷେଫ ପଛେ ପଛେ ଗଲେ। ସେମାନେ ଯାଇ କବରଟି ଦେଖିଲେ। ଭିତରେ ଯେଉଁ ସ୍ଥାନରେ ଶରୀରଟି ରଖାଗଲା, ସେହି ସ୍ଥାନଟି ମଧ୍ୟ ସେମାନେ ଦେଖିଲେ।


ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସେଠାରେ ଉପସ୍ଥିତ ଥିଲେ। ତା'ଛଡ଼ା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନେକ ସ୍ତ୍ରୀ ଲୋକ ସେଠାରେ ଥିଲେ। ସେମାନେ କ୍ରୁଶଠାରୁ ଦୂରରେ ଠିଆ ହୋଇ ଏସବୁ ଦେଖୁଥିଲେ।


ବହୁ ସଂଖ୍ୟାରେ ଲୋକେ ଯୀଶୁଙ୍କ ପଛେ ପଛେ ଗଲେ। କେତେକ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସେମାନେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ।


ଯୀଶୁ ତାକୁ ପଗ୍ଭରିଲେ, “ତୋର ନାମ କ’ଣ?” ଲୋକଟି କହିଲା, “ବାହିନୀ” ସେ ତା’ ନାମ “ବାହିନୀ” କହିବାର କାରଣ ହେଲା ବହୁତ ଭୂତ ତା’ ଦେହରେ ପ୍ରବେଶ କରିଥିଲେ।


ବିଶ୍ରାମ ଦିବସର ପରଦିନ ମ‌ଗ୍‌ଦଲୀନୀ ମରିୟମ, ଯାକୁବଙ୍କ ମା ମରିୟମ ଓ ଶଲୋମୀ, ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତେଲ ଆଣିଲେ।


ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


Swiv nou:

Piblisite


Piblisite