Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:33 - ପବିତ୍ର ବାଇବଲ

33 ତା'ପରେ ଭୂତମାନେ ଲୋକଟି ଦେହରୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ଦଳକଯାକ ଘୁଷୁରି ସେହି ପାହାଡ଼ ଉପରୁ ହ୍ରଦ ଭିତରକୁ ଦୌଡ଼ିଗଲେ ଓ ସମସ୍ତେ ବୁଡ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖ ସ୍ଥାନ ଦେଇ ହ୍ରଦରେ ପଡ଼ି ବୁଡ଼ି ମଲେ।

Gade chapit la Kopi

ଓଡିଆ ବାଇବେଲ

33 ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ଼ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ସେମାନେ ସେ ଲୋକଠାରୁ ବାହାରି ଘୁଷୁରି ପଲ ମଧ୍ୟକୁ ଗଲେ। ସମୁଦାୟ ପଲଟି ଧାଇଁ ପଳାଇ ଗଲେ ଓ ପାହାଡ଼ ଧାରରୁ ହ୍ରଦ ଭିତରେ ଖସିପଡ଼ି ବୁଡ଼ିମଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:33
8 Referans Kwoze  

ପାତାଳସ୍ଥ ସେହି ଅତଳ ଗହ୍ୱରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷାରେ ‘ଅବଦ୍ଦୋନ୍’ ଓ ଗ୍ରୀକ୍ ଭାଷାରେ ‘ଅପଲ୍ଲିୟୋନ୍’ (ବିନାଶକ) ଥିଲା।


ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି।


ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା'ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁଣୀ। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା'ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା।


ଯୀଶୁ ସେମାନଙ୍କୁ କହିଲେ, “ଯାଅ!” ତେଣୁ ଭୂତମାନେ ମଣିଷଙ୍କ ଦେହରୁ ବାହାରି ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ତା'ପରେ ସେହି ଘୁଷୁରିପଲ ତୀଖ ପାହାଡ଼ରୁ ତଳକୁ ଗଡ଼ିଯାଇ ଶେଷରେ ହ୍ରଦରେ ବୁଡ଼ିଗଲେ।


ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ।


ସେତେବେଳେ ସେହି ପାହାଡ଼ ଉପରେ ଏକ ବଡ଼ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଘୁଷୁରିମାନଙ୍କ ଦେହକୁ ଯିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସେମାନଙ୍କୁ ତାହା କରିବାକୁ ଅନୁମତି ଦେଇଦେଲେ।


ଏ ଘଟଣା ଦେଖି ଘୁଷୁରି ଜଗୁଆଳମାନେ ସେଠାରୁ ପଳାଇଲେ। ସେମାନେ ଯାଇ ନଗର ଓ ପଲ୍ଲୀରେ ଥିବା ଲୋକମାନଙ୍କୁ ଏହି କଥା କହିଲେ।


Swiv nou:

Piblisite


Piblisite