Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:37 - ପବିତ୍ର ବାଇବଲ

37 ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସେହି ସ୍ଥାନରୁ ଗ୍ଭଲିଯିବା ପାଇଁ ଅନୁରୋଧ କଲେ। କାରଣ ସେମାନେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗାରେ ବସି ଗାଲିଲୀ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚତୁର୍ଦ୍ଦିଗସ୍ଥ ସମସ୍ତ ଲୋକ ସେମାନଙ୍କଠାରୁ ପ୍ରସ୍ଥାନ କରିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟ; ଭୟଗ୍ରସ୍ତ ହୋଇଥିଲେୟ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ବାହୁଡ଼ି ଆସିଲେ।

Gade chapit la Kopi

ଓଡିଆ ବାଇବେଲ

37 ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ତା’ପରେ ସେ ସ୍ଥାନର ଲୋକମାନେ ଯୀଶୁଙ୍କୁ ସେଠାରୁ ଚାଲିଯିବା ପାଇଁ କହିଲେ, କାରଣ ସେମାନେ ବଡ଼ ଆତଙ୍କିତ ହୋଇଥିଲେ। ତେଣୁ ଯୀଶୁ ନୌକାରେ ଚଢ଼ି ଚାଲିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:37
16 Referans Kwoze  

ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା'ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ।


“ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।”


ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଅନ୍ୟ ଗାଁକୁ ଗ୍ଭଲିଗଲେ।


ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ ନ କରନ୍ତି, ତେବେ ନଗର ଛାଡ଼ି ବାହାରକୁ ଗ୍ଭଲିଯିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ୟ ସେଠାରେ ଝାଡ଼ିଦେବ। ତେବେ ଏହା ସେମାନଙ୍କ ପାଇଁ ଚେତାବନୀ ହେବ।”


ଭୂତ ଅନେକ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା’ ହାତରେ ହାତକଡ଼ି ଓ ଗୋଡ଼ରେ ବେଡ଼ି ପକାଇ ପହରା ଭିତରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା’ ଦେହରେ ଥିବା ଭୂତ ତାହାକୁ ଲୋକେ ରହୁ ନ ଥିବା ନିଛାଟିଆ ଜାଗାକୁ ତଡ଼ି ନେଉଥିଲା। ଯୀଶୁ ଭୂତକୁ ସେହି ଲୋକଟି ଦେହରୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗରେ ପଡ଼ିଯାଇ ଉଚ୍ଚ ସ୍ୱରରେ ପାଟି କରି କହିଲା, “ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମୋ'ଠାରୁ କ’ଣ ଗ୍ଭହୁଁଛ? ମୁଁ ଅନୁରୋଧ କରୁଛି, ମୋତେ ଦଣ୍ଡ ଦିଅ ନାହିଁ।”


ଶିମୋନ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡ଼ିଏ ମାଛ ଧରି ପାରିଥିବାରୁ ଆଶ୍ଚର୍ଯ୍ୟ ହୋଇଗଲେ। ଶିମୋନ ପିତର ଏହା ଦେଖି ଯୀଶୁଙ୍କ ପାଦତଳେ ପଡ଼ିଯାଇ କହିଲେ, “ହେ ପ୍ରଭୁ! ତୁମ୍ଭେ ମୋ’ ପାଖରୁ ଗ୍ଭଲିଯାଅ। ମୁଁ ଜଣେ ପାପୀ ମଣିଷ।”


ତା'ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡ଼ି ଗ୍ଭଲିଯିବାକୁ ଅନୁରୋଧ କଲେ।


ତା'ପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭେଟିବାକୁ ଆସିଗଲେ। ସେମାନେ ଯୀଶୁଙ୍କୁ ଦେଖି, ତାହାଙ୍କୁ ସେମାନେ ସେହି ଅଞ୍ଚଳ ଛାଡ଼ି ଗ୍ଭଲିଯିବା ପାଇଁ ବିନତି କଲେ।


ସେହି ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୋ’ ବିରୁଦ୍ଧରେ ତୁମ୍ଭର କ’ଣ ଅଛି? ତୁମ୍ଭେ କ’ଣ ମୋର ପାପ ସ୍ମରଣ କରେଇବାକୁ ଓ ମୋର ପୁତ୍ରର ମୃତ୍ୟୁର କାରଣ ହେବା ପାଇଁ ଆସିଅଛ?”


ଏବଂ ବୈ‌ଥ୍‌-ଶେମଶର ଲୋକମାନେ କହିଲେ, “ସଦାପ୍ରଭୁ ପବିତ୍ର ପରମେଶ୍ୱରଙ୍କ ଉପସ୍ଥିତିରେ କିଏ ଛିଡ଼ା ହୋଇପାରେ? ଏଠାରୁ କେଉଁଠାକୁ ଏହି ସିନ୍ଦୁକକୁ ନିଆଯିବ?”


କିନ୍ତୁ ଯଦି ଆମ୍ଭେମାନେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ଅଧିକ ଶୁଣୁ, ତା’ ନ ହେଲେ ଆମ୍ଭେମାନେ ମୃତ୍ୟୁବରଣ କରିବୁ। ସେହି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ୱଂସ କରିବ। ଆମ୍ଭେମାନେ ମରିବାକୁ ଗ୍ଭହୁଁ ନାହୁଁ।


ଯେଉଁମାନେ ଏହି ଘଟଣା ଦେଖିଥିଲେ, ସେମାନେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହୋଇଗଲା।


କିନ୍ତୁ ଯେଉଁ ଲୋକଠାରୁ ଦେହରୁ ଭୂତଗୁଡ଼ିକ ବାହାରି ସାରିଥିଲେ, ସେ ଯୀଶୁଙ୍କ ସହିତ ଯିବାକୁ ଅନୁରୋଧ କଲା। କିନ୍ତୁ ଯୀଶୁ ଲୋକଟିକୁ ଏହା କହି ଘରକୁ ପଠାଇଦେଲେ:


Swiv nou:

Piblisite


Piblisite