Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:42 - ପବିତ୍ର ବାଇବଲ

42 ଯାଈରସଙ୍କର ଗୋଟିଏ ବୋଲି ଝିଅ ଥିଲା। ତାହାକୁ ବାର ବର୍ଷ ବୟସ ହୋଇଥିଲା। ସେ ମରିଯିବା ଅବସ୍ଥାରେ ପଡ଼ିଥିଲା। ଯୀଶୁ ଯେତେବେଳେ ଯାଈରସର ଘରକୁ ଯାଉଥିଲେ, ସେତେବେଳେ ବହୁ ସଂଖ୍ୟାରେ ଲୋକ ତାହାଙ୍କ ଘର ଗ୍ଭରିପାଖକୁ ଆସିଗଲେ। ଲୋକଙ୍କ ଭିଡ଼ ଭିତରେ ଯୀଶୁ ଗ୍ଭପି ହୋଇ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 କାରଣ ତାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।

Gade chapit la Kopi

ଓଡିଆ ବାଇବେଲ

42 କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା । କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 କାରଣ ତାଙ୍କର ବାର ବର୍ଷ ବୟସର ଏକ ମାତ୍ର ଝିଅ ଅସୁସ୍ଥ ହୋଇ ମୃତପ୍ରାୟ ଅବସ୍ଥାରେ ଥିଲା। ଯୀଶୁ ଯିବା ସମୟରେ ପ୍ରତ୍ୟେକ ଦିଗରୁ ଲୋକମାନେ ତାଙ୍କ ଉପରେ ମାଡ଼ି ପଡ଼ୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:42
15 Referans Kwoze  

ସେତେବେଳେ ଯୀଶୁ ପଗ୍ଭରିଲେ, “ମୋତେ କିଏ ଛୁଇଁଲା?” ସବୁ ଲୋକ କହିଲେ ଯେ, ସେମାନେ ତାହାଙ୍କୁ ଛୁଇଁ ନାହାନ୍ତି। ତା'ପରେ ପିତର କହିଲେ, “ଗୁରୁ, ସବୁ ଲୋକତ ଆପଣଙ୍କ ଗ୍ଭରିପଟେ ଘେରି ରହିଛନ୍ତି ଏବଂ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି।”


ଯୀଶୁ ଯେତେବେଳେ ନଗରଦ୍ୱାର ନିକଟରେ ପହଞ୍ଚିଲେ ସେତେବେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା’ ବିଧବା ମାର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସେଠାରେ ତା’ ମା ସହିତ ମଧ୍ୟ ନଗରର ବହୁ ସଂଖ୍ୟକ ଲୋକ ଥିଲେ।


ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ୱାରା ମୃତ୍ୟୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।


ଯୀଶୁ ଯାଈରସଙ୍କ ସାଥୀରେ ବାହାରିଲେ। ଅନେକ ଲୋକ ଯୀଶୁଙ୍କ ପଛେ ପଛେ ଗଲେ। ଭିଡ଼ ହୋଇଥିବା ଯୋଗୁଁ ଲୋକେ ଯୀଶୁଙ୍କ ଆଡ଼କୁ ମାଡ଼ି ଆସୁ ଥିଲେ।


“ହେ ମନୁଷ୍ୟ ପୁତ୍ର, ଯେଉଁ ଦିନ ମୁଁ ସେମାନଙ୍କର ବଳ, ଗୌରବ, ଆନନ୍ଦ ଓ ନୟନର ଖୁସୀ, ସେମାନେ ଭଲ ପାଉଥିବା ସ୍ଥାନ, ସେମାନଙ୍କର ସନ୍ତାନଗଣଙ୍କୁ ସେମାନଙ୍କଠାରୁ ନେଇଯିବି, ସେହି ଦିନ ସେହି ଦୁଃସମ୍ବାଦ ତୁମ୍ଭର କର୍ଣ୍ଣଗୋଚର କରାଇବା ନିମନ୍ତେ ଏକ ଉତ୍ତରାଧିକାରୀ ତୁମ୍ଭ ନିକଟକୁ ଆସିବ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭର ପ୍ରିୟତମା ପତ୍ନୀକୁ ହଠାତ୍ ନେଇଯିବି। ସେ ମରିଯିବ କିନ୍ତୁ ତୁମ୍ଭେ ତା’ ପାଇଁ ଶୋକ କରିବ ନାହିଁ କିମ୍ବା କ୍ରନ୍ଦନ କରିବ ନାହିଁ। ତୁମ୍ଭ ଚକ୍ଷୁରୁ ଲୁହ ନ ପଡ଼ୁ।


କିଏ ଜାଣେ ସେମାନଙ୍କ ଏହି କ୍ଷଣସ୍ଥାୟୀ ଜୀବନରେ, ମନୁଷ୍ୟ ଅଧିକ ଲାଭକରି କ’ଣ କରିପାରେ? କାରଣ ସେମାନଙ୍କର ଦିନଗୁଡ଼ିକ ଛାଇ ପରି ଗ୍ଭଲିଯିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ଯ୍ୟତଳେ ଭବିଷ୍ୟତରେ ଏଇ ପୃଥିବୀରେ କ’ଣ ହେବ?


ଲୋକମାନେ ପ୍ରାତଃକାଳଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ମରନ୍ତି, ଏବଂ ତାହା କେହି ଖାତିରି କରନ୍ତି ନାହିଁ। ସେମାନେ ମରନ୍ତି ଏବଂ ଚିରକାଳ ପାଇଁ ଗ୍ଭଲିଯା’ନ୍ତି।


ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି।


ଯାଈରସ ନାମରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସେଠାକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡ଼ିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ।


ସେଠାରେ ଜଣେ ସ୍ତ୍ରୀ ଲୋକ ମଧ୍ୟ ଥିଲା। ତା'ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତା'ର ସମସ୍ତ ଅର୍ଥ ଔଷଧରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦେବା ପାଇଁ ସମର୍ଥ ହୋଇ ନ ଥିଲେ।


Swiv nou:

Piblisite


Piblisite