Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:50 - ପବିତ୍ର ବାଇବଲ

50 ଯୀଶୁ ଏ କଥା ଶୁଣିଲେ। ସେ ଯାଈରସଙ୍କୁ କହିଲେ, “ଭୟ କର ନାହିଁ। ବିଶ୍ୱାସ ରଖ, ତୁମ୍ଭ ଝିଅ ସୁସ୍ଥ ହୋଇଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 କିନ୍ତୁ ଯୀଶୁ ଏହା ଶୁଣି ତାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର, ଆଉ ସେ ବଞ୍ଚିବ।

Gade chapit la Kopi

ଓଡିଆ ବାଇବେଲ

50 କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

50 କିନ୍ତୁ ଯୀଶୁ ଏ କଥା ଶୁଣି ଯାୟୀରସଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର; ସେ ସୁସ୍ଥ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 8:50
10 Referans Kwoze  

ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ୱାସ କରିବ ତେବେ ପରମେଶ୍ୱରଙ୍କର ଗୌରବ ଦେଖି ପାରିବ।”


ଯୀଶୁ ତାକୁ କହିଲେ, “ମୁଁ ସେହି ପୁନରୁ‌ତ୍‌ଥାନ ଓ ଜୀବନ, ମୋ'ଠାରେ ବିଶ୍ୱାସ କରୁଥିବା ଲୋକ ମୃତ୍ୟୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।


କିନ୍ତୁ ଯୀଶୁ ସେମାନଙ୍କ କଥା ଶୁଣିସାରି ଯିହୂଦୀ ସମାଜଗୃହର ଅଧିକାରୀଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”


ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ହେ ଝିଅ, ତୁମ୍ଭେ ବିଶ୍ୱାସ କଲ ସେଥିପାଇଁ ସୁସ୍ଥ ହୋଇଗଲ। ଏଥର ଶାନ୍ତିରେ ଯାଅ।”


ଶାସ୍ତ୍ରରେ ଲେଖା ଅଛି, “ମୁଁ ତୁମ୍ଭକୁ (ଅବ୍ରହାମ) ଅନେକ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି।” ପରମେଶ୍ୱରଙ୍କ ଆଗରେ ଏହା ସତ୍ୟ ଅଟେ। ଅବ୍ରହାମ ଯେଉଁ ପରମେଶ୍ୱରଙ୍କୁ ବିଶ୍ୱାସ କରିଥିଲେ, ସେହି ପରମେଶ୍ୱର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ୟାପି ଘଟି ନାହିଁ ସେଗୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।


ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।”


ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ।


କିନ୍ତୁ ପରମେଶ୍ୱରଙ୍କ ପ୍ରତି ତାହାଙ୍କର ବିଶ୍ୱାସ ଦୁର୍ବଳ ହେଲା ନାହିଁ। ପରମେଶ୍ୱର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି ତାହା ସେ କରିବାରେ ସମର୍ଥ ଏଥିରେ ଅବ୍ରହାମ ଟିକେ ହେଲେ ସନ୍ଦେହ କଲେ ନାହିଁ। ବରଂ ତାହାଙ୍କର ବିଶ୍ୱାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ୱରଙ୍କୁ ଗୌରବ ଦେଲେ।


ଯୀଶୁ ଘରକୁ ଆସିଲେ। ସେ କେବଳ ପିତର, ଯୋହନ ଓ ଯାକୁବ ତଥା ଝିଅଟିର ବାପା-ମାଙ୍କୁ ତାହାଙ୍କ ସହିତ ଭିତରକୁ ଯିବାକୁ ଦେଲେ।


Swiv nou:

Piblisite


Piblisite