Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:1 - ପବିତ୍ର ବାଇବଲ

1 ଯୀଶୁ ବାରଜଣ ପ୍ରେରିତଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ରେରିତମାନଙ୍କୁ ରୋଗ ଭଲ କରିଦେବା ପାଇଁ ମଧ୍ୟ ଶକ୍ତି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଇତିମଧ୍ୟରେ ସେ ଦ୍ଵାଦଶଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ, ପୁଣି ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।

Gade chapit la Kopi

ଓଡିଆ ବାଇବେଲ

1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ବାର ଶିଷ୍ୟଙ୍କୁ ଏକତ୍ର ଡ଼ାକିଲେ ଏବଂ ସେମାନଙ୍କୁ ଭୂତ ଛଡ଼ାଇବା ଓ ରୋଗ ସୁସ୍ଥ କରିବା ପାଇଁ ଶକ୍ତି ଓ କ୍ଷମତା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:1
15 Referans Kwoze  

“ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ'ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।


ଶୁଣ! ସାପ ଓ କଙ୍କଡ଼ାବିଛାମାନଙ୍କୁ ପାଦତଳେ ଦଳି ଦେବାକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦେଇଛି। ମୁଁ ତୁମ୍ଭମାନଙ୍କ ଶତ୍ରୁ ପାଖରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦେଇଛି। ତୁମ୍ଭମାନଙ୍କର କେହି କିଛି କ୍ଷତି କରି ପାରିବ ନାହିଁ।


ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”


ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”


କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”


ପିତର ତାହାକୁ କହିଲେ, “ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ରେ ସେ ଉଠିଗଲା।”


“ଏ ଯେଉଁ ଲୋକକୁ ତୁମ୍ଭେମାନେ ଦେଖୁଛ ଓ ଚିହ୍ନିଛ, ସେ ଯୀଶୁଙ୍କ ନାମରେ ଶକ୍ତି ପାଇ ଗ୍ଭଲି ପାରିଲା। ଯୀଶୁଙ୍କ ନାମରେ ଆମ୍ଭମାନଙ୍କର ବିଶ୍ୱାସ ଅଛି। ହଁ, କେବଳ ଯୀଶୁଙ୍କ ଉପରେ ଥିବା ବିଶ୍ୱାସ ତାକୁ ସମ୍ପୂର୍ଣ୍ଣ ରୂପେ ଆରୋଗ୍ୟ କରିଦେଲା ଆଉ ତାହା ତୁମ୍ଭେମାନେ ଦେଖିଲ।


ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


ମୁଁ ମଧ୍ୟ ଜଣେ ବଡ଼ ଅଧିକାରୀଙ୍କ ଅଧୀନରେ କାମ କରୁଛି। ମୋ’ ଅଧୀନରେ କେତେକ ସୈନ୍ୟ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁହେ, ‘ଯାଅ’, ତେବେ ସେ ଗ୍ଭଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁହେ, ‘ଆସ’, ତେବେ ସେ ଆସେ। ମୋର ଦାସକୁ ମୁଁ ଯଦି କୁହେ, ‘ଏହା କର’ ତେବେ ସେ ତାହା କରେ। ତୁମ୍ଭର ମଧ୍ୟ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।”


ଏହା ପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ଯିବାର ଯୋଜନା ଥିଲା, ସେହି ନଗର ଓ ସ୍ଥାନମାନଙ୍କୁ ସେ ସେମାନଙ୍କୁ ଦୁଇ ଦୁଇଜଣ ହିସାବରେ ନିଜେ ଯିବା ଆଗରୁ ପଠାଇଦେଲେ।


Swiv nou:

Piblisite


Piblisite