ଲୂକ ଲିଖିତ ସୁସମାଚାର 9:10 - ପବିତ୍ର ବାଇବଲ10 ପ୍ରେରିତମାନେ ଫେରି ଆସି ସେମାନେ ଯାତ୍ରା କରିବା ସମୟରେ ଯାହାସବୁ କରିଥିଲେ, ସେ ବିଷୟରେ ଯୀଶୁଙ୍କ ଆଗରେ ବର୍ଣ୍ଣନା କଲେ। ତା'ପରେ ଯୀଶୁ ପ୍ରେରିତମାନଙ୍କୁ ସାଙ୍ଗରେ ନେଇ ସେଠାରୁ ବେଥ୍ସାଇଦା ନାମକ ନଗରକୁ ଅନ୍ୟମାନଙ୍କଠାରୁ ଅଲଗା ରହିବା ପାଇଁ ଗ୍ଭଲିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପରେ ପ୍ରେରିତମାନେ ବାହୁଡ଼ିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ, ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ପ୍ରସ୍ଥାନ କଲେ। Gade chapit laଓଡିଆ ବାଇବେଲ10 ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହି ସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ । ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥସାଇଦା ନାମକ ନଗରକୁ ଚାଲିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)10 ପ୍ରେରିତ ଶିଷ୍ୟମାନେ ଫେରି ଆସିଲେ ଓ ସେମାନେ ଯାହା ଯାହା କରିଥିଲେ, ସବୁ ଯୀଶୁଙ୍କୁ ଜଣାଇଲେ। ସେ ସେମାନଙ୍କୁ ସଙ୍ଗରେ ନେଇ ବେଥ୍ସାଇଦା ନାମକ ଏକ ସହରକୁ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ଚାଲିଗଲେ। Gade chapit la |
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା'ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।