Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:18 - ପବିତ୍ର ବାଇବଲ

18 ଥରେ ଯୀଶୁ ଏକୁଟିଆ ପ୍ରାର୍ଥନା କରୁଥିଲେ। ତାହାଙ୍କ ଶିଷ୍ୟମାନେ ଏକାଠି ମିଳି ସେହିସ୍ଥାନକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ ସବୁ କହୁଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଥରେ ସେ ନିରୋଳରେ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକ-ସାଧାରଣ କଅଣ କହନ୍ତି?

Gade chapit la Kopi

ଓଡିଆ ବାଇବେଲ

18 ଥରେ ସେ ଏକୁଟିଆ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକସାଧାରଣ କ'ଣ କହନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଦିନେ ଯୀଶୁ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାଙ୍କ ପାଖକୁ ଆସିଲେ। ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ, ଏ ବିଷୟରେ ଲୋକମାନେ କ’ଣ କହନ୍ତି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:18
11 Referans Kwoze  

ଥରେ ଯୀଶୁ ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ। ସେ ପ୍ରାର୍ଥନା କରି ସାରିବା ପରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲେ, “ପ୍ରାର୍ଥନା କିପରି କରିବାକୁ ହେବ ତାହା ଯୋହନ ତାହାଙ୍କ ଶିଷ୍ୟମାନଙ୍କୁ ଶିଖାଇ ଦେଇଥିଲେ। ପ୍ରଭୁ, ପ୍ରାର୍ଥନା କିପରି କରିବାକୁ ହୁଏ, ତାହା ଆପଣ ମଧ୍ୟ ଆମ୍ଭମାନଙ୍କୁ ବତେଇ ଦିଅନ୍ତୁ।


ତା'ପରେ ଯୀଶୁ ଶିଷ୍ୟମାନଙ୍କ ସହିତ ଗେ‌ଥ୍‌ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ସେଠାରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ବସ।”


ତା'ପରେ ଜମା ହୋଇଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ଼ ଉପରକୁ ଗଲେ। ସନ୍ଧ୍ୟା ହୋଇ ସାରିଥିଲା, ଯୀଶୁ ସେଠାରେ ଏକୁଟିଆ ଥିଲେ।


ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଉଥିଲେ। ତା'ପରେ ଯୀଶୁ ମଧ୍ୟ ଆସିଲେ ଓ ତାହାଙ୍କ ଦ୍ୱାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବେଳେ ଆକାଶ ଖୋଲିଗଲା।


ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ।


ସେମାନେ ଉତ୍ତର ଦେଲେ, “କେତେକ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତେକ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତେକ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ୟ‌ଦ୍‌ବକ୍ତା।”


ଏ କଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।


ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେହେରା ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚ‌କ୍‌ଚକ୍ ଧଳା ହୋଇଗଲା।


Swiv nou:

Piblisite


Piblisite