Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:20 - ପବିତ୍ର ବାଇବଲ

20 ଯୀଶୁ ସେମାନଙ୍କୁ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?” ପିତର ଉତ୍ତର ଦେଲେ, “ଆପଣ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ଉତ୍ତର ଦେଲେ, ଈଶ୍ଵରଙ୍କ ଖ୍ରୀଷ୍ଟ।

Gade chapit la Kopi

ଓଡିଆ ବାଇବେଲ

20 ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ଉତ୍ତର ଦେଲେ, ଆପଣ ଈଶ୍ୱରଙ୍କ ଖ୍ରୀଷ୍ଟ" ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ସେ ସେମାନଙ୍କୁ ପଚାରିଲେ, “ତୁମେ କ’ଣ ଭାବୁଛ? ମୁଁ କିଏ ବୋଲି ତୁମେ କ’ର କହୁଛ?” ପିତର ଉତ୍ତର ଦେଲେ, “ଆପଣ ଈଶ୍ୱରଙ୍କଠାରୁ ଆଗତ ମସୀହ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:20
20 Referans Kwoze  

ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।” ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ।


“ମୁଁ ଯାହାକିଛି କରିଛି, ପ୍ରତ୍ୟେକ କଥା ମୋତେ ଜଣେ ଲୋକ କହିଦେଲେ। ତୁମ୍ଭେ ସେହି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହୋଇ ପାରନ୍ତି।”


ସେ ପବିତ୍ର ବାକ୍ୟ ବୁଝେଇଲେ ଓ ସେମାନଙ୍କୁ ପ୍ରମାଣ ଦେଇ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ୟୁରୁ ପୁନର୍ଜୀବିତ ହେବାର ଆବଶ୍ୟକତା ଥିଲା। ପାଉଲ କହିଲେ, “ଏହି ଯୀଶୁ, ଯାହାଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଗ୍ଭର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।”


କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।


କିନ୍ତୁ ଏହି ପୁସ୍ତକରେ ଏହିସବୁ ଲେଖା ହୋଇଛି ଯେପରି ତୁମ୍ଭେ ବିଶ୍ୱାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି ଓ ବିଶ୍ୱାସ କରି, ତୁମ୍ଭେମାନେ ତାହାଙ୍କ ନାମ ଦ୍ୱାରା ଜୀବନ ପ୍ରାପ୍ତ ହେବ, ଏଥିନିମନ୍ତେ ଏ ସମସ୍ତ ଲେଖାଯାଇଛି।


ମାର୍ଥା ଉତ୍ତର ଦେଲେ, “ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ। ଆପଣ ପରମେଶ୍ୱରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସେହି ବ୍ୟକ୍ତି ଅଟନ୍ତି।”


ଲୋକମାନେ ସେ ସ୍ତ୍ରୀକୁ କହିଲେ, “ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ୱାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ୱାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତରେ ଜଗତର ତ୍ରାଣକର୍ତ୍ତା।”


ତା'ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”


ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମୋନଙ୍କ ପାଖକୁ ଗଲେ। ସେ ଶିମୋନଙ୍କୁ କହିଲେ, “ଆମ୍ଭେ ମଶୀହଙ୍କୁ ଭେଟିଛୁ।” (“ମଶୀହ” ଅର୍ଥାତ୍ “ଖ୍ରୀଷ୍ଟ।”)


ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?” ପିତର ଉତ୍ତର ଦେଲେ, “ଆପଣ ଖ୍ରୀଷ୍ଟ।”


ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ସେମାନେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗାରେ ପହଞ୍ଚିଲେ, ଓ ନପୁଂସକ ଜଣକ କହିଲେ, “ଦେଖ, ଏଠାରେ ତ ଜଳ ଅଛି। ଏବେ ମୋର ବାପ୍ତିଜିତ ହେବାର କିଛି ଅସୁବିଧା ଅଛି କି?”


ସେମାନେ କହିଲେ, “ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ତାହା ଆମ୍ଭକୁ କୁହ।” ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି କୁହେ ଯେ ମୁଁ ଖ୍ରୀଷ୍ଟ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।


କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲେ ନାହିଁ। ମହାଯାଜକ ଯୀଶୁଙ୍କୁ ଆଉ ଗୋଟିଏ ପ୍ରଶ୍ନ ପଗ୍ଭରିଲେ: “ତୁମ୍ଭେ କ’ଣ ମହାନ୍ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ?”


ଯୀଶୁ କହିଲେ, “ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭେମାନେ କ’ଣ ମନେ କରୁଛ? ସେ କାହାର ପୁଅ?” ସେମାନେ କହିଲେ, “ଦାଉଦଙ୍କ ପୁଅ।”


ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?


ଯୀଶୁ କିନ୍ତୁ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ରହିଲେ। ପୁଣି ଥରେ ମହାଯାଜକ ତାହାଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭକୁ ଜୀବିତ ପରମେଶ୍ୱରଙ୍କ ନାମରେ ଶପଥ କରାଉଛି, ତୁମ୍ଭେ ଆମ୍ଭକୁ କୁହ, ତୁମ୍ଭେ କ’ଣ ଖ୍ରୀଷ୍ଟ, ପରମେଶ୍ୱରଙ୍କ ପୁତ୍ର?”


ସେମାନେ ଉତ୍ତର ଦେଲେ, “କେତେକ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତେକ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତେକ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ୟ‌ଦ୍‌ବକ୍ତା।”


Swiv nou:

Piblisite


Piblisite