Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:23 - ପବିତ୍ର ବାଇବଲ

23 ଯୀଶୁ ପୁଣି ସେମାନଙ୍କୁ କହିବାକୁ ଲାଗିଲେ, “ଯଦି କେହି ମୋର ଅନୁସରଣ କରିବାକୁ ଗ୍ଭହୁଁଥାଏ, ତେବେ ତାହାକୁ ନିଜର ସମସ୍ତ କାମନା ତ୍ୟାଗ କରିବାକୁ ପଡ଼ିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କ୍ରୁଶକୁ ଗ୍ରହଣ କରିବାକୁ ହେବ, ଏବଂ ସେ ମୋର ଅନୁସରଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।

Gade chapit la Kopi

ଓଡିଆ ବାଇବେଲ

23 ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଆଉ ସେ ସମସ୍ତଙ୍କୁ କହିଲେ, “ଯଦି କେହି ମୋର ଅନୁଗାମୀ ହେବାକୁ ଚାହେଁ, ସେ ନିଜକୁ ଭୁଲି ଯାଉ, ପ୍ରତିଦିନ ନିଜର କ୍ରୁଶ ବହନ କରି ମୋହର ଅନୁଗମନ କରୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:23
11 Referans Kwoze  

ଯଦି ତୁମ୍ଭେମାନେ ତୁମ୍ଭ ପାପପୂର୍ଣ୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ୟବହାର କର, ତା'ହେଲେ ତୁମ୍ଭେମାନେ ଆତ୍ମିକ ରୂପରେ ମରିଯିବ। କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କୁ ଶରୀର ମାଧ୍ୟମରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ୟବହାର କର, ତା'ହେଲେ ତୁମ୍ଭେମାନେ ପ୍ରକୃତ ଜୀବନ ପାଇବ।


ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି।


ସେହି ଅନୁଗ୍ରହ ଆମ୍ଭକୁ ମିଳିଛି। ସେହି ଅନୁଗ୍ରହ ପରମେଶ୍ୱରଙ୍କ ବିରୋଧୀ ନ ହେବା ଓ ସଂସାର ଗ୍ଭହୁଁ ଥିବା ମନ୍ଦକାମ ନ କରିବା ପାଇଁ ଶିକ୍ଷା ଦିଏ। ସେହି ଅନୁଗ୍ରହ ଏହି ସଂସାରରେ ଜ୍ଞାନରେ ଧାର୍ମିକ ଓ ନ୍ୟାୟ ମାର୍ଗରେ ରହିବା ଶିଖାଏ।


ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସପୂର୍ବକ ଜୀବନ ଅତିବାହିତ କରିବାକୁ ଗ୍ଭହୁଁଥିବା ପ୍ରତ୍ୟେକ ଲୋକ ନିର୍ଯ୍ୟାତିତ ହେବେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହୋଇଯିବେ।


ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।


Swiv nou:

Piblisite


Piblisite