Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:26 - ପବିତ୍ର ବାଇବଲ

26 ଯଦି କୌଣସି ଲୋକ ମୋ’ ପାଇଁ ବା ମୋ’ ଉପଦେଶ ପାଇଁ ଲଜ୍ଜିତ ହୋଇଥାଏ, ତେବେ ମୁଁ ମଧ୍ୟ ତା’ ପାଇଁ ଲଜ୍ଜିତ ହେବି। ଯେତେବେଳେ ମନୁଷ୍ୟପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ୱର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତେବେଳେ ସେ ତା’ ପାଇଁ ଲଜ୍ଜିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯେଣୁ ଯେକେହି ମୋର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି ପବିତ୍ର ଦୂତମାନଙ୍କର ମହିମାରେ ଆଗମନ କରିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।

Gade chapit la Kopi

ଓଡିଆ ବାଇବେଲ

26 ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଯଦି ଜଣେ ଲୋକ ମୋ’ ବିଷୟରେ ଓ ମୋର ଶିକ୍ଷା ବିଷୟରେ ଲଜ୍ଜିତ ହୁଏ, ତେବେ ମନୁଷ୍ୟପୁତ୍ର ଯେତେବେଳେ ମହିମାନ୍ୱିତ ହୋଇ, ପିତା ଓ ପବିତ୍ର ସ୍ୱର୍ଗଦୂତଗଣଙ୍କ ଗୌରବରେ ଆସିବେ, ସେତେବେଳେ ସେ ମଧ୍ୟ ତା’ ବିଷୟରେ ଲଜ୍ଜିତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:26
30 Referans Kwoze  

ଯଦି ଆମ୍ଭେ ଯାତନା ସହିବା, ତା'ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା'ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।


ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ।


ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”


କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’


ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା'ର କର୍ମ ଅନୁସାରେ ଫଳ ଦେବେ।


“ମନୁଷ୍ୟପୁତ୍ର ପୁଣି ଥରେ ଆସିବେ, ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ୱର୍ଗଦୂତମାନେ ଆସିବେ। ସେ ରାଜା ହେବେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।


ସେ ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଅପେକ୍ଷା ଲୋକଙ୍କର ପ୍ରଶଂସା ପାଇବାକୁ ଭଲ ପାଉଥିଲେ।


ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ।


ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟରେ ଏହି କଥା କହିଥିଲେ: “ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ଆସୁଛନ୍ତି।


ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ।


ଯେ ବିଜୟୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସେହି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମୋହର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନାରେ ସ୍ୱୀକାର କରିବି।


ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ।


ଯୀଶୁ କହିଲେ, “ହଁ, ମୁଁ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ, ତୁମ୍ଭେ ଭବିଷ୍ୟତରେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କ ଡାହାଣ ପଟେ ବସିଥିବାର ଓ ଆକାଶର ମେଘମାଳାରେ ଆସୁଥିବାର ଦେଖିବ।”


ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ୟାଗ କଲେ। ସେ ଦୁଃଖ ଓ ଶୋକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଗ୍ଭଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭେମାନେ ତାଙ୍କୁ ସମ୍ମାନ ଦେଲୁ ନାହିଁ।


ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।


ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।


ଅତଏବ ମୋ'ଠାରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କେବଳ ଖ୍ରୀଷ୍ଟଙ୍କ ସକାଶେ ଯେତେବେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦେଇ ଗତି କରେ, ଯେତେବେଳେ ମୋର କଷ୍ଟ ଥାଏ ବା ଯେତେବେଳେ ମୋର ସମସ୍ୟା ଥାଏ, ସେତେବେଳେ ମୁଁ ଆନନ୍ଦ କରେ। ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ପ୍ରକୃତରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।


ତାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡ଼ା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖୋଲାଗଲା।


ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ।


ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”


ପରମେଶ୍ୱର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ୱର୍ଗଦୂତଙ୍କ ଆଗରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ୟ ଜାଣିବା ପୂର୍ବରୁ ଲୋକମାନଙ୍କର ବିଗ୍ଭର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦେଖାଅ।


Swiv nou:

Piblisite


Piblisite