Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:29 - ପବିତ୍ର ବାଇବଲ

29 ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେହେରା ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚ‌କ୍‌ଚକ୍ ଧଳା ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଶୁଭ୍ରବର୍ଣ୍ଣ ଓ ଅତ୍ୟ; ଉଜ୍ଜ୍ଵଳ ହେଲା।

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସେ ପ୍ରାର୍ଥନା କରୁଥିବାବେଳେ, ତାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଓ ତାଙ୍କର ବସ୍ତ୍ର ଉଜ୍ଜ୍ୱଳ ଓ ଶୁଭ୍ର ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:29
17 Referans Kwoze  

ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା।


ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ।


କାରଣ ସେ ତାହାଙ୍କ ଦୃଷ୍ଟିରେ ଗ୍ଭରା ତୁଲ୍ୟ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ୟ ବଢ଼ିଲେ। ତାଙ୍କର ଐଶ୍ୱର୍ଯ୍ୟ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ଯ୍ୟ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।


ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ। ଏକ ବହୁ ଦୂରବ୍ୟାପୀ ଦେଶକୁ ଦେଖିବ।


ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।


ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।


ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ।


ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଉଥିଲେ। ତା'ପରେ ଯୀଶୁ ମଧ୍ୟ ଆସିଲେ ଓ ତାହାଙ୍କ ଦ୍ୱାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବେଳେ ଆକାଶ ଖୋଲିଗଲା।


କିନ୍ତୁ ଯୀଶୁ ପ୍ରାର୍ଥନା କରିବା ପାଇଁ ଅଧିକାଂଶ ସମୟରେ କୌଣସି ନିର୍ଜନ ସ୍ଥାନକୁ ଗ୍ଭଲି ଯାଉଥିଲେ।


ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ।


ଥରେ ଯୀଶୁ ଏକୁଟିଆ ପ୍ରାର୍ଥନା କରୁଥିଲେ। ତାହାଙ୍କ ଶିଷ୍ୟମାନେ ଏକାଠି ମିଳି ସେହିସ୍ଥାନକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ ସବୁ କହୁଛନ୍ତି?”


ତା'ପରେ ସେଠାରେ ଦୁଇଜଣ ପୁରୁଷ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ। ସେମାନେ ମୋଶା ଓ ଏଲିୟ ଥିଲେ।


Swiv nou:

Piblisite


Piblisite