Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:3 - ପବିତ୍ର ବାଇବଲ

3 ସେ ସେମାନଙ୍କୁ କହିଲେ, “ଯାତ୍ରା ସମୟରେ ସାଙ୍ଗରେ କୌଣସି ପଦାର୍ଥ ନେବ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନେବ ନାହିଁ। କେବଳ ପାନ୍ଧିଥିବା ଲୁଗା ଛଡ଼ା ଅନ୍ୟ କିଛି ନେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏବଂ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୋଟୀ କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ଵା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଏବଂ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା (ବସ୍ତ୍ର) ସାଙ୍ଗରେ ରଖ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଏବଂ ସେମାନଙ୍କୁ ଏହି କଥା କହିଲେ, “ଯାତ୍ରା ନିମନ୍ତେ ତୁମ ସହିତ କିଛି ନିଅ ନାହିଁ, ବାଡ଼ି, ଝୋଲି, ଖାଦ୍ୟ, ଟଙ୍କା ଏପରିକି ଅଧିକା ଖଣ୍ଡିଏ ଅଙ୍ଗରଖା ମଧ୍ୟ ନିଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:3
12 Referans Kwoze  

ତା'ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?” ପ୍ରେରିତମାନେ କହିଲେ, “ନା।”


ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା'ହେଲେ ଆନନ୍ଦରେ ରହିବ ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।


ଜଣେ ସୈନିକ ତା'ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ।


ଯୀଶୁ ପୁଣି ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ’ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କର ନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କର ନାହିଁ।


ଯୋହନ ସେମାନଙ୍କୁ ଉତ୍ତର ଦେଲେ, “ଯଦି ତୁମ୍ଭ ପାଖରେ ଦୁଇଟି କୁର୍ତ୍ତା ଅଛି ତେବେ ସେଥିରୁ ଗୋଟିଏ କୁର୍ତ୍ତା ଯାହାର ନାହିଁ ତାହାକୁ ଦିଅ। ଯଦି ତୁମ୍ଭ ପାଖରେ ଖାଦ୍ୟ ଅଛି ତେବେ ତାହାକୁ ମଧ୍ୟ ବାଣ୍ଟିଦିଅ।”


ପରମେଶ୍ୱର ପଡ଼ିଆର ଘାସକୁ ମଧ୍ୟ ସେହିପରି ବସ୍ତ୍ର ଦେଇଛନ୍ତି। ସେହି ଘାସ ଆଜି ବଞ୍ଚିଛି। ଆସନ୍ତା କାଲି ତାକୁ ନିଆଁରେ ଜଳିବା ପାଇଁ ଫିଙ୍ଗି ଦିଆଯିବ। ତୁମ୍ଭମାନଙ୍କ ଜାଣି ରଖିବା ଉଚିତ୍ ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ତା'ଠାରୁ ବହୁତ ଅଧିକ ବସ୍ତ୍ର ଦେବେ। ପରମେଶ୍ୱରଙ୍କଠାରେ ତୁମ୍ଭମାନଙ୍କର କ’ଣ ଏତିକି ବିଶ୍ୱାସ ନାହିଁ?


ଲେବୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘରେ ଗୋଟିଏ ବଡ଼ ଭୋଜି ଦେଲେ। ଅନେକ କରଆଦାୟକାରୀ ଓ ଅନ୍ୟ କେତେକ ଲୋକ ମଧ୍ୟ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ।


ଯୀଶୁ ବାରଜଣ ଶିଷ୍ୟଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଦୁଇ ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସେମାନଙ୍କୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ।


ତୁମ୍ଭେମାନେ ଯେଉଁ ଘରକୁ ଯିବ, ସେ ସ୍ଥାନ ଛାଡ଼ିବା ସମୟ ନ ହେବା ପର୍ଯ୍ୟନ୍ତ ସେହିଠାରେ ରହିବ।


Swiv nou:

Piblisite


Piblisite