Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:39 - ପବିତ୍ର ବାଇବଲ

39 ସେ ମୋର ଏକମାତ୍ର ସନ୍ତାନ। ଶୟତାନଠାରୁ ଗୋଟିଏ ଭୂତ ଆସି ତାକୁ କବଳିତ କରି ନେଉଛି ଏବଂ ତା'ପରେ ପୁଅ ଚିତ୍କାର କରି ଉଠୁଛି। ସେ ତା’ ନିଜର ନିୟନ୍ତ୍ରଣ ହରେଇ ବସୁଛି। ତା ମୁହଁରୁ ଫେଣ ବାହାରି ପଡ଼ୁଛି। ସେ ଭୂତ ତାକୁ ବାରମ୍ବାର ଯନ୍ତ୍ରଣା ଦେଉଛି ଓ ପ୍ରାୟ ତାକୁ ଛାଡ଼ି ଯାଉ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି ସେ ତାହାକୁ ଏପରି ମୋଡ଼ିପକାଏ ଯେ, ତାହା ମୁହଁରୁ ଫେଣ ବାହାରେ, ପୁଣି ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ।

Gade chapit la Kopi

ଓଡିଆ ବାଇବେଲ

39 ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ, ତାହା ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ହଠାତ୍ ଚିକ୍ରାର କରି ଭୂତ ତାକୁ ଆକ୍ରମଣ କରେ ଓ ସେ ମୂର୍ଚ୍ଛା ହୋଇଯାଏ। ତା’ ପାଟିରୁ ଫେଣ ବାହାରେ; ଭୂତ ତାକୁ କ୍ଷତବିକ୍ଷତ କରେ ଓ ସହଜରେ ଛାଡ଼ିଯାଏ ନାହିଁ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍‍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:39
11 Referans Kwoze  

ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର ଏହି ଲୋକର ଦେହରୁ ବାହାରିଯା”। ଏହା ପରେ ଦୁଷ୍ଟାତ୍ମା ସେହି ଲୋକଟିକୁ ସମସ୍ତଙ୍କ ସାମନାରେ ତଳେ ପକାଇ ଦେଲା ଓ ତାହାର କୌଣସି କ୍ଷତି ନ କରି ତା’ ଦେହରୁ ବାହାରିଗଲା।


ଦୁଷ୍ଟାତ୍ମା ଯନ୍ତ୍ରଣାରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦେଲା। ପୁଣି ଥରେ ପିଲାକୁ ତଳେ କଗ୍ଭଡ଼ି ଦେଇ ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦେଖାଗଲା। ଅନେକ ଲୋକ କହିଲେ, “ସେ ମରି ଯାଇଛି।”


ତେଣୁ ଶିଷ୍ୟମାନେ ପିଲାକୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ରେ ପିଲାକୁ ଆକ୍ରମଣ କଲା। ସେହି ପିଲା ତଳେ ପଡ଼ିଯାଇ ଗଡ଼ିଗଲା। ତା’ ପାଟିରୁ ଫେଣ ବାହାରିଲା।


ପାତାଳସ୍ଥ ସେହି ଅତଳ ଗହ୍ୱରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷାରେ ‘ଅବଦ୍ଦୋନ୍’ ଓ ଗ୍ରୀକ୍ ଭାଷାରେ ‘ଅପଲ୍ଲିୟୋନ୍’ (ବିନାଶକ) ଥିଲା।


ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି।


ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା'ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁଣୀ। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା'ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା।


ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲାବେଳେ ପୁଅକୁ ତଳେ କଗ୍ଭଡ଼ି ଦେଉଛି। ପୁଅ ମୁହଁରୁ ଫେଣ ବାହାରୁଛି ଓ ସେ ଦାନ୍ତ କଡ଼ମଡ଼ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ସେହି ଦୁଷ୍ଟାତ୍ମାକୁ ବାହାର କରି ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ତାକୁ ବାହାର କରି ପାରିଲେ ନାହିଁ।”


ଭିଡ଼ ଭିତରୁ ଜଣେ ଲୋକ ପାଟି କରି ଉଠିଲା, “ଗୁରୁ, ଦୟାକରି ଆସି ମୋ’ ପୁଅକୁ ଦେଖନ୍ତୁ।


ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ମୋ’ ପୁଅ ଦେହରୁ ଭୂତକୁ ଛଡ଼େଇ ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ପାରିଲେ ନାହିଁ।”


Swiv nou:

Piblisite


Piblisite