Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:42 - ପବିତ୍ର ବାଇବଲ

42 ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଗ୍ଭଡ଼ି ଦେଲା। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠୋର ଧମକ ଦେଲେ। ଏହା ପରେ ପିଲାଟି ସୁସ୍ଥ ହୋଇଗଲା। ଯୀଶୁ ତାହାକୁ ତା’ ବାପା ପାଖରେ ସମର୍ପି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାର ହସ୍ତରେ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ବାଳକଟି ଆସୁଥିବା ସମୟରେ ଭୂତ ତାକୁ ଭୂଇଁରେ କଚାଡ଼ି ଦେଲା ଓ ସେ ମୂର୍ଚ୍ଛା ହୋଇଗଲା। ଯୀଶୁ ଭୂତକୁ ଦୃଢ଼ ଧମକ ଦେଇ ପିଲାଟିକୁ ସୁସ୍ଥ କଲେ ଓ ତାକୁ ତା’ ବାପାକୁ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:42
12 Referans Kwoze  

ମୃତ ପୁତ୍ର ଉଠି ବସିଲା। ସେ କଥା କହିବାକୁ ଲାଗିଲା। ଯୀଶୁ ତାକୁ ତା’ ମା ହାତରେ ଦେଇଦେଲେ।


ତେଣୁ ହେ ସ୍ୱର୍ଗ ଓ ସ୍ୱର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ୟନ୍ତ ଖରାପ ସମୟ, ଯେହେତୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କ୍ରୋଧରେ ପୂର୍ଣ୍ଣ ହୋଇ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି।’’


ସେ ମୋର ଏକମାତ୍ର ସନ୍ତାନ। ଶୟତାନଠାରୁ ଗୋଟିଏ ଭୂତ ଆସି ତାକୁ କବଳିତ କରି ନେଉଛି ଏବଂ ତା'ପରେ ପୁଅ ଚିତ୍କାର କରି ଉଠୁଛି। ସେ ତା’ ନିଜର ନିୟନ୍ତ୍ରଣ ହରେଇ ବସୁଛି। ତା ମୁହଁରୁ ଫେଣ ବାହାରି ପଡ଼ୁଛି। ସେ ଭୂତ ତାକୁ ବାରମ୍ବାର ଯନ୍ତ୍ରଣା ଦେଉଛି ଓ ପ୍ରାୟ ତାକୁ ଛାଡ଼ି ଯାଉ ନାହିଁ।”


ତେଣୁ ଶିଷ୍ୟମାନେ ପିଲାକୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ରେ ପିଲାକୁ ଆକ୍ରମଣ କଲା। ସେହି ପିଲା ତଳେ ପଡ଼ିଯାଇ ଗଡ଼ିଗଲା। ତା’ ପାଟିରୁ ଫେଣ ବାହାରିଲା।


ଇଲୀଶାୟ ତାଙ୍କର ଦାସ ଗିହେଜୀକୁ ଡାକି କହିଲେ, “ଶୁନେମୀୟାକୁ ଡାକ।” ଗିହେଜୀ ଶୁନେମୀୟାକୁ ଡାକିବାରୁ ସେ ଇଲୀଶାୟ ନିକଟକୁ ଆସିଲେ। ତହୁଁ ଇଲୀଶାୟ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”


ପିତର ତାହାଙ୍କର ହାତ ଧରି ଉଠେଇଲେ ଓ ବିଶ୍ୱାସୀମାନଙ୍କୁ ଓ ବିଧବାମାନଙ୍କୁ କୋଠରି ମଧ୍ୟକୁ ଡାକିଲେ ଓ ଟାବୀଥାକୁ ଜୀବିତ ଦେଖାଇଲେ।


ତା'ପରେ ଏଲିୟ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସେହି ସ୍ତ୍ରୀଲୋକଟିକୁ କହିଲେ, “ଦେଖ, ତୁମ୍ଭର ପୁତ୍ର ଜୀବିତ।”


ତା'ପରେ ଯୀଶୁ କହିଲେ, “ତୁମ୍ଭେମାନେ ବିଶ୍ୱାସ ବିହିନ ଜୀବନଯାପନ କରୁଛ ଓ କୁପଥଗାମୀ ହେଉଛ। ଆଉ କେତେ ଦିନ ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ସହିତ ରହିଥିବି?” ତା'ପରେ ଯୀଶୁ ଲୋକଟିକୁ କହିଲେ, “ତୁମ୍ଭ ପୁଅକୁ ଏଠାକୁ ଆଣ।”


ସମସ୍ତ ଲୋକ ପରମେଶ୍ୱରଙ୍କ ମହାନ୍ ଶକ୍ତି ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ଯାହାସବୁ କରୁଥିଲେ ତାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଉଥିଲେ।


ସେମାନେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କିଲୋମିଟର ପର୍ଯ୍ୟନ୍ତ ଗଲେ। ତା'ପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଗ୍ଭଲୁଥିଲେ। ସେ ଡଙ୍ଗା ଆଡ଼କୁ ଆସୁଥିଲେ। ଶିଷ୍ୟମାନେ ଡରିଗଲେ।


Swiv nou:

Piblisite


Piblisite