Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:47 - ପବିତ୍ର ବାଇବଲ

47 ଯୀଶୁ ସେମାନଙ୍କର ମନଭାବ ଜାଣିଗଲେ। ତେଣୁ ସେ ଗୋଟିଏ ଛୋଟ ପିଲାକୁ ନିଜ ପାଖରେ ଠିଆ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 କିନ୍ତୁ ଯୀଶୁ ସେମାନଙ୍କୁ ମନର ତର୍କବିତର୍କ ଜ୍ଞାତ ହୋଇ ଗୋଟିଏ ସାନ ପିଲାକୁ ଘେନି ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

47 କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ସେମାନେ କ’ଣ ଚିନ୍ତା କରୁଥିଲେ, ଯୀଶୁ ତାହା ଜାଣିପାରି ଗୋଟିଏ ଶିଶୁକୁ ନେଇ ତାକୁ ପାଖରେ ଛିଡ଼ା କରାଇଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 9:47
17 Referans Kwoze  

ଆମ୍ଭେ ବର୍ତ୍ତମାନ ଦେଖି ପାରୁଛୁ ଯେ ତୁମ୍ଭେ ସବୁକିଛି ଜାଣ। ତୁମ୍ଭେ ଜଣକୁ ତା'ର ପ୍ରଶ୍ନ ପଗ୍ଭରିବା ପୂର୍ବରୁ ଉତ୍ତର କହିପାର। ଏହା ଦ୍ୱାରା ଆମ୍ଭର ବିଶ୍ୱାସ ହୋଇଛି ଯେ ତୁମ୍ଭେ ପରମେଶ୍ୱରଙ୍କଠାରୁ ଆସିଛ।”


ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼। ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ।


ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।


ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।


କିନ୍ତୁ ଯୀଶୁ ଜାଣପାରିଲେ ଯେ ସେମାନେ କ’ଣ ଭାବୁଛନ୍ତି। ସେ କହିଲେ, “ତୁମ୍ଭେମାନେ ମନ ଭିତରେ ଏଭଳି ବିଗ୍ଭର କାହିଁକି ଆଣୁଛ?


ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ?


ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।


ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ। ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।


ଭାଇ ଓ ଭଉଣୀମାନେ, ବୁଦ୍ଧିରେ ପିଲାମାନଙ୍କ ପରି ହୁଅ ନାହିଁ ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ ଓ ବୁଦ୍ଧିରେ ପୂର୍ଣ୍ଣ ବୟସ୍କ ହୁଅ।


ପୁଣି ତୃତୀୟ ଥର ସେ ତାହାଙ୍କୁ ପଗ୍ଭରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ ମୋତେ ପ୍ରେମ କର କି?” ପିତର ଦୁଃଖିତ ହେଲେ, ଯେହେତୁ ଯୀଶୁ ତାହାଙ୍କୁ ତିନିଥର ସେହି କଥା ପଗ୍ଭରିଲେ, “ମୋତେ ପ୍ରେମ କର କି?” ପିତର କହିଲେ, “ପ୍ରଭୁ, ଆପଣ ସବୁ ଜାଣିଛନ୍ତି। ମୁଁ ଆପଣଙ୍କୁ ପ୍ରେମ କରେ ବୋଲି ଆପଣ ଜାଣନ୍ତି।” ଯୀଶୁ ପିତରଙ୍କୁ କହିଲେ, “ମୋ’ ମେଷମାନଙ୍କୁ ଚରାଅ।


ମନୁଷ୍ୟର ହୃଦୟ ଭିତରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟରେ କହିବା ପାଇଁ କାହାରି ଦରକାର ନ ଥିଲା।


ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ।


Swiv nou:

Piblisite


Piblisite