Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:5 - ପବିତ୍ର ବାଇବଲ

5 ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ ନ କରନ୍ତି, ତେବେ ନଗର ଛାଡ଼ି ବାହାରକୁ ଗ୍ଭଲିଯିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ୟ ସେଠାରେ ଝାଡ଼ିଦେବ। ତେବେ ଏହା ସେମାନଙ୍କ ପାଇଁ ଚେତାବନୀ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ ନ କରନ୍ତି, ସେହି ନଗରରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।

Gade chapit la Kopi

ଓଡିଆ ବାଇବେଲ

5 ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯେଉଁଠାରେ ଲୋକମାନେ ତୁମକୁ ସ୍ୱାଗତ ନ ଜଣାନ୍ତି, ସେହି ସହର ପରିତ୍ୟାଗ କର ଓ ସେମାନଙ୍କ ପ୍ରତି ଚେତାବଦୀ ସ୍ୱରୂପେ ତୁମ ପାଦର ଧୂଳି ଝାଡ଼ିଦିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:5
13 Referans Kwoze  

କିନ୍ତୁ ସେମାନେ ଯେତେବେଳେ ତାହାଙ୍କୁ ବାଧା ଦେଲେ ଓ ନାନା ଖରାପ କଥା କହିଲେ, ପାଉଲ ଏହାର ବିରୁଦ୍ଧରେ ନିଜର ଲୁଗାପଟାର ଧୂଳି ଝାଡ଼ି ଦେଲେ। ସେ କହିଲେ, “ଯଦି ତୁମ୍ଭେମାନେ ଉଦ୍ଧାର ପାଉ ନାହଁ ତାହାହେଲେ ଏହା ମୋର ଦୋଷ ନୁହେଁ। ମୁଁ ସମସ୍ତ ଚେଷ୍ଟା କରି ସାରିଛି। ମୁଁ ଏବେଠାରୁ ଅଣଯିହୂଦୀମାନଙ୍କ ପାଖକୁ ଯିବି।”


ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ବିରୁଦ୍ଧରେ ଆପଣା ଆପଣା ପାଦତଳ ଧୂଳି ଝାଡ଼ିଦେଇ ଇକନିୟ ନଗରକୁ ଗ୍ଭଲିଗଲେ।


ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।”


“ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।”


ସେ ଶିଷ୍ୟମାନଙ୍କୁ କହିଲେ, “ଯଦି କୌଣସି ଲୋକ ଏହିଭଳି ଛୋଟ ପିଲାକୁ ମୋ’ ନାମରେ ଗ୍ରହଣ କରେ, ତାହାହେଲେ ସେ ମୋତେ ଗ୍ରହଣ କରେ। ଆଉ ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରେ। ଏଣୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ନମ୍ର, ସେ ହେଉଛି ସବୁଠାରୁ ଶ୍ରେଷ୍ଠ।”


ମୁଁ ମୋର ବସ୍ତ୍ରର ଭାଙ୍ଗକୁ ଝାଡ଼ିଲି ଏବଂ କହିଲି, “ଯେଉଁ ଲୋକ ଏହି ପ୍ରତିଜ୍ଞା ପାଳନ କରିବ ନାହିଁ, ପରମେଶ୍ୱର ତା'ର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏପରି ଝାଡ଼ି ଦିଅନ୍ତୁ। ସେ ଏହିପରି କମ୍ପିତ ହେଉ ଓ ଶୂନ୍ୟ ହେଉ।” ତା'ପରେ ସବୁ ଲୋକ ଏକତ୍ରିତ ହେଲେ ଏବଂ କହିଲେ “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏହା ପରେ ଲୋକମାନେ ଏହି ପ୍ରତିଜ୍ଞା ଅନୁସାରେ କର୍ମ କଲେ।


“ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”


ଯୀଶୁ ତାହାକୁ ଆଦେଶ ଦେଲେ, “ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦେହ ତାହାଙ୍କୁ ଦେଖାଅ। ତୁମ୍ଭେ ସୁସ୍ଥ ହୋଇଯାଇଥିବା ଯୋଗୁଁ ମୋଶାଙ୍କ ଆଦେଶ ଅନୁସାରେ ପରମେଶ୍ୱରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖେଇଦେବ ଯେ ତୁମ୍ଭେ ସୁସ୍ଥ ହୋଇ ଯାଇଛ।”


ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ।


ତୁମ୍ଭେମାନେ ଯେଉଁ ଘରକୁ ଯିବ, ସେ ସ୍ଥାନ ଛାଡ଼ିବା ସମୟ ନ ହେବା ପର୍ଯ୍ୟନ୍ତ ସେହିଠାରେ ରହିବ।


Swiv nou:

Piblisite


Piblisite