Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:51 - ପବିତ୍ର ବାଇବଲ

51 ଯୀଶୁ ଜଗତ ଛାଡ଼ି ସ୍ୱର୍ଗକୁ ଫେରିଯିବାର ସମୟ ପାଖେଇ ଆସୁଥିଲା। ଯୀଶୁ ଯିରୁଶାଲମ ଯିବାକୁ ସ୍ଥିର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପରେ ଯେତେବେଳେ ତାହାଙ୍କର ଊର୍ଦ୍ଧ୍ଵରେ ଗୃହୀତ ହେବା ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ଏକା; ଭାବରେ ମନକୁ ଦୃଢ଼ କରି,

Gade chapit la Kopi

ଓଡିଆ ବାଇବେଲ

51 ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ଯୀଶୁଙ୍କ ସ୍ୱର୍ଗାରୋହଣ ସମୟ ନିକଟବର୍ତ୍ତୀ ହେବାରୁ ସେ ଯିରୂଶାଲମ ଅଭିମୁଖେ ଯାତ୍ରା କରିବା ପାଇଁ ମନସ୍ଥ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,

Gade chapit la Kopi




ଲୂକ ଲିଖିତ ସୁସମାଚାର 9:51
29 Referans Kwoze  

ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ।


ତା'ପରେ ଯୀଶୁ ଅଲଗା ଭାବରେ ବାରଜଣ ଶିଷ୍ୟଙ୍କୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ପରମେଶ୍ୱର ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମନୁଷ୍ୟପୁତ୍ରଙ୍କ ବିଷୟରେ ଯାହାସବୁ ଲେଖିବାକୁ କହିଥିଲେ, ସେ ସବୁ ଘଟିବ।


ଯୀଶୁ ପ୍ରତ୍ୟେକ ନଗର ଓ ଗ୍ରାମରେ ଉପଦେଶ ଦେଉଥିଲେ। ସେ ଯାତ୍ରା କରୁ କରୁ ଯିରୁଶାଲମ ଆଡ଼କୁ ଯାଉଥିଲେ।


ଯୀଶୁ ଯିରୁଶାଲମ ଯାତ୍ରା କରୁଥିଲେ। ସେ ଗାଲିଲୀରୁ ଶମିରୋଣକୁ ଗଲେ।


ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।


ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।


ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମ‌ଲ୍‌କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।


ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।


ଏହି ଶକ୍ତି ହେଉଛି ସେହି ଶକ୍ତି, ଯେଉଁ ଶକ୍ତି ବଳରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌‌ଥିତ କରିଥିଲେ। ସ୍ୱର୍ଗ ରାଜ୍ୟରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ତାହାଙ୍କ ଡାହାଣ ପଟରେ ବସାଇ ଅଛନ୍ତି।


ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ।


ମୁଁ ଯୀଶୁଙ୍କର ସମ୍ପୂର୍ଣ୍ଣ ଜୀବନ ସମ୍ପର୍କରେ ଆରମ୍ଭରୁ ତାହାଙ୍କୁ ସ୍ୱର୍ଗକୁ ନିଆଯିବା ପର୍ଯ୍ୟନ୍ତ ସବୁକିଛି ଲେଖିଛି। ଏହା ଘଟିବା ପୂର୍ବରୁ ଯୀଶୁ ନିଜେ ବାଛିଥିବା ପ୍ରେରିତମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଯୀଶୁ, ପ୍ରେରିତମାନେ କ’ଣ କରିବା ଉଚିତ୍, ସେହି କଥା କହିଲେ।


“ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସୁଛି। ମୁଁ ବର୍ତ୍ତମାନ ଜଗତରେ ଆଉ ରହିବି ନାହିଁ। କିନ୍ତୁ ଏହି ଲୋକମାନେ ଜଗତରେ ରହିଛନ୍ତି। ହେ ପବିତ୍ର ପରମପିତା, ତୁମ୍ଭେ ସେମାନଙ୍କୁ ନିରାପଦରେ ରଖ। ତୁମ୍ଭ ନାମର ଶକ୍ତି ଦ୍ୱାରା ସେମାନଙ୍କୁ ନିରାପଦରେ ରଖ ଯେପରି ତୁମ୍ଭେ ଓ ମୁଁ ଏକ, ସେମାନେ ସେହିପରି ଏକ ହୋଇ ପାରିବେ।


ମୁଁ ଏହି ଜଗତକୁ ପରମପିତାଙ୍କଠାରୁ ଆସିଛି। ବର୍ତ୍ତମାନ ମୁଁ ଏହି ଜଗତ ଛାଡ଼ି ପରମେଶ୍ୱରଙ୍କ ପାଖକୁ ଫେରିଯିବି।”


ବର୍ତ୍ତମାନ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି ପଗ୍ଭରୁ ନାହଁ, “ତୁମ୍ଭେ କେଉଁଆଡ଼େ ଯାଉଛ?”


ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।


ତେବେ ମନୁଷ୍ୟପୁତ୍ର ଯେଉଁଠାରୁ ଆସିଥିଲେ, ପୁନର୍ବାର ସେହି ସ୍ଥାନକୁ ଫେରିଯିବେ, ଏହା ମଧ୍ୟ କ'ଣ ତୁମ୍ଭକୁ ବ୍ୟତିବ୍ୟସ୍ତ କରୁଛି?


ଯୀଶୁ ସେମାନଙ୍କୁ ଆଶୀର୍ବାଦ କରୁଥିବା ସମୟରେ ସେ ଶିଷ୍ୟମାନଙ୍କ ପାଖରୁ ଅଲଗା ହୋଇଗଲେ ଓ ତାହାଙ୍କୁ ସ୍ୱର୍ଗକୁ ନିଆଗଲା।


ଯୀଶୁ ଏସବୁ କହି ସାରିବା ପରେ ଯିରୁଶାଲମ ଆଡ଼କୁ ଯାତ୍ରା ଆରମ୍ଭ କଲେ।


ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ।


ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି।


ଏହିପରି ସେ ଦୁହେଁ ଏକତ୍ର କଥାବାର୍ତ୍ତା ହୋଇ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ କଲେ। ତା'ପରେ ଏଲିୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।


ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି।


ସେମାନେ ରାସ୍ତାରେ ଆଗେଇ ଯାଉଥିଲେ। ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।”


Swiv nou:

Piblisite


Piblisite