Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:59 - ପବିତ୍ର ବାଇବଲ

59 ତା'ପରେ ଯୀଶୁ ଆଉ ଜଣକୁ କହିଲେ, “ମୋର ଅନୁସରଣ କର।” କିନ୍ତୁ ସେହି ଲୋକଟି କହିଲା, “ପ୍ରଭୁ, ମୋତେ ପ୍ରଥମେ ଯାଇ ମୋ’ ବାପାଙ୍କୁ କବର ଦେବାକୁ ଅନୁମତି ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

59 ପୁଣି, ସେ ଆଉ ଜଣଙ୍କୁ କହିଲେ, ମୋହର ଅନୁଗମନ କର। କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।

Gade chapit la Kopi

ଓଡିଆ ବାଇବେଲ

59 ପୁଣି, ସେ ଆଉ ଜଣକୁ କହିଲେ, ମୋହର ଅନୁସରଣ କର । କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

59 ସେ ଆଉ ଜଣେ ଲୋକକୁ କହିଲେ, “ମୋର ଅନୁଗମନ କର।” କିନ୍ତୁ ସେ ଲୋକଟି କହିଲା, “ଗୁରୁ! ମୋର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରି ତାଙ୍କୁ କବର ଦେବା ଯାଏ ମୋତେ ସମୟ ଦିଅନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:59
8 Referans Kwoze  

ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା'ପରେ ସେ ମୋର ଅନୁସରଣ କରିବା ଉଚିତ୍।


ଏଣୁ ଆଗ ପରମେଶ୍ୱରଙ୍କ ରାଜ୍ୟ ଓ ଉତ୍ତମ କାର୍ଯ୍ୟ ବିଷୟରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ୱର ଗ୍ଭହାନ୍ତି, ସେଗୁଡ଼ିକ କର। ତା'ହେଲେ ଏହିସବୁ ବିଷୟଗୁଡ଼ିକ ତୁମ୍ଭକୁ ଯୋଗାଇ ଦିଆଯିବ।


ତହିଁରେ ଇଲୀଶାୟ ବଳଦ ଛାଡ଼ି ଏଲିୟଙ୍କ ପଛେ ପଛେ ଦୌଡ଼ି କହିଲେ, “ମୁଁ ତୁମ୍ଭଙ୍କୁ ବିନୟ କରୁଛି, ମୋ’ ପିତାମାତାଙ୍କୁ ଚୁମ୍ବନ କରିବାକୁ ମୋତେ ଅନୁମତି ଦିଅନ୍ତୁ। ତା'ପରେ ମୁଁ ବିଦାୟ ନେଇ ତୁମ୍ଭ ପଛେ ପଛେ ଯିବି।” ଏଲିୟ ଉତ୍ତର କଲେ, “ତାହା ଉତ୍ତମ କଥା, ଯାଅ, ମୁଁ ତୁମ୍ଭକୁ ଅଟକାଉ ନାହିଁ।”


ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: “ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ଯ୍ୟନ୍ତ ପ୍ରକୃଷ୍ଟ ସମୟ ହୋଇ ନାହିଁ।”


ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।


କିନ୍ତୁ ଯୀଶୁ ତାହାକୁ କହିଲେ, “ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦେବେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଗ୍ଭର କର।”


Swiv nou:

Piblisite


Piblisite