Biblia Todo Logo
Bib sou entènèt

- Piblisite -




ମଲାଖୀ 2:14 - ପବିତ୍ର ବାଇବଲ

14 ତୁମ୍ଭେମାନେ ପଗ୍ଭରିବ, “କାହିଁକି ଆମ୍ଭମାନଙ୍କର ଏହି ଭେଟି ଗୃହୀତ ହେବ ନାହିଁ?” କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ପ୍ରତ୍ୟକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ଯୁବକ ଅବସ୍ଥାରେ ବିବାହ କରିଛ। ସେ ତୁମ୍ଭର ସାଥୀ ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତଥାପି ତୁମ୍ଭେମାନେ କହୁଅଛ, ଏଥିର କାରଣ କଅଣ? କାରଣ ଏହି, ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ଵାସଘାତକତା କରିଅଛ।

Gade chapit la Kopi

ଓଡିଆ ବାଇବେଲ

14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।

Gade chapit la Kopi




ମଲାଖୀ 2:14
22 Referans Kwoze  

ପରମେଶ୍ୱର ଉଭୟ ସ୍ୱାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସେମାନଙ୍କୁ ଶରୀର ଓ ଆତ୍ମାରେ ଏକ ହେବା ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ୱର ଧର୍ମପରାୟଣ ସନ୍ତାନସନ୍ତତି ଗ୍ଭହାନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ୱସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ଯୁବାବସ୍ଥାରେ ବିବାହ କରିଛ।


“କାରଣ ତୁମ୍ଭ ପରମେଶ୍ୱର କୁହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା କିମ୍ବା ଯୌବନକାଳୀନ ପରିତ୍ୟକ୍ତା ଭାର୍ଯ୍ୟାପରି ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।”


ସୂର୍ଯ୍ୟ ତଳେ ସେ ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି। ତୁମ୍ଭର ସେହି ଅସାର ଆୟୁଷର ସେତିକି ଦିନ ଆପଣା ପ୍ରିୟତମ ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ଯ୍ୟତଳେ କରିଥିବା କଠିନ କର୍ମର ଫଳ ଅଟେ।


ଏହା ପରେ ଲାବନ କହିଲେ, “ଯଦି ତୁମ୍ଭେ ମୋର କନ୍ୟାମାନଙ୍କୁ ଆଘାତ କର ତେବେ ପରମେଶ୍ୱର ତୁମ୍ଭକୁ ଆଘାତ ଦେବେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନେରଖ, ପରମେଶ୍ୱର ଦେଖୁଛନ୍ତି।


ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।


ତା'ପରେ ସେମାନେ ଯିରିମିୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯେବେ ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ବିପକ୍ଷରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହୁଅନ୍ତୁ।


ସେମାନେ ଘୃଣ୍ୟକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସେମାନଙ୍କର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ। ସେମାନଙ୍କ ପ୍ରତିଫଳ ପ୍ରାପ୍ତି ସମୟରେ ସେମାନେ ନିପାତିତ ହେବେ।’” ସଦାପ୍ରଭୁ ଏହିସବୁ କହନ୍ତି।


ସେ ଯୁବାବସ୍ଥାରେ ବିବାହ କରିଥିବ। କିନ୍ତୁ ସେ ତା'ର ସ୍ୱାମୀକୁ ଛାଡ଼ି ଥିବ। ପରମେଶ୍ୱରଙ୍କଠାରେ ଶପଥ କରି ବିବାହ କରିଥିବା କଥା ସେ ଭୁଲି ଯିବ।


ହେ ସମସ୍ତ ଲୋକେ, ଶୁଣ! ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ ଶୁଣ। ମୋର ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ। ତୁମ୍ଭମାନଙ୍କ ବିରୁଦ୍ଧରେ ସେ ସାକ୍ଷ୍ୟ ସ୍ୱରୂପ ଆସିବେ।


ଏବଂ ମୁଁ ଯେତେବେଳେ ତୁମ୍ଭକୁ ଅନାଇଲି, ସେତେବେଳେ ଦେଖିଲି ତୁମ୍ଭେ ପ୍ରେମ କରିବା ପାଇଁ ରାଜି ହୋଇଯାଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପରେ ମୋର ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲି ଏବଂ ତୁମ୍ଭେ ମୋର ହେଲ।’” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି


ସେହିପରି ବ୍ୟଭିଗ୍ଭରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କହେ, “ମୁଁ କିଛି ଅଧର୍ମ କରି ନାହିଁ।”


ଆଗୋ ମୋର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ। ଦେଖ, ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ।


ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ତୁମ୍ଭେ ଯାହା କହିଲ ସଦାପ୍ରଭୁ ଏବଂ ନୂତନ ମନୋନୀତ ରାଜା ତାହା ଶୁଣିଲେ, ସେମାନେ ଦୃଢ଼ କରିବାକୁ ସାକ୍ଷୀ ରହିଲେ ଯେ ତୁମ୍ଭ ବିରୁଦ୍ଧରେ ଜାଣିଲେ ମୁଁ କିଛି ଭୁଲ୍ କରି ନାହିଁ।” ଲୋକମାନେ କହିଲେ, “ହଁ ସଦାପ୍ରଭୁ ସାକ୍ଷୀ ଅଛନ୍ତି ଏହା ସତ୍ୟ।”


ଏହା ପରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମୁଁ ଦେଖି ପାରୁଛି ଯେ ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପଯୁକ୍ତ ସହକାରିଣୀ ନିର୍ମାଣ କରିବି।”


ସେମାନେ କୁହନ୍ତି, “ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?” ମାତ୍ର ସଦାପ୍ରଭୁ କୁହନ୍ତି, “ଦେଖ, ତୁମ୍ଭେମାନେ ନିଜର ସୁଖପାଇଁ ଉପବାସ ଦିନ ଉପବାସ କରିଅଛ ଓ ବଳପୂର୍ବକ ନିଜର ଦାସମାନଙ୍କୁ କଷ୍ଟ ଦେଇଅଛ।


ଗିଲିୟଦର ପ୍ରାଚୀନ ନେତୃବର୍ଗ ଯିପ୍ତହକୁ କହିଲେ, “ଆମ୍ଭେ କହିଥିବା ସମସ୍ତ କଥା ସଦାପ୍ରଭୁ ଶୁଣିଛନ୍ତି। ଆମ୍ଭେମାନେ ଆପଣଙ୍କୁ କଥା ଦେଉଛୁ ଯେ, ତୁମ୍ଭେ ଯାହାସବୁ କହିବ, ଆମ୍ଭେମାନେ କରିବୁ।”


ଉତ୍ତରରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ବନ୍ଦ କର। ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଗ୍ଭେରିକଲ। “ତୁମ୍ଭେମାନେ ପୁଣି ପ୍ରଶ୍ନ କଲ, ‘ଆମ୍ଭେମାନେ ତୁମ୍ଭଠାରୁ କ’ଣ ଗ୍ଭେରି କଲୁ?’ ଉତ୍ତରରେ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ତୁମ୍ଭ ଦ୍ରବ୍ୟର ଏକ ଦଶମାଂଶ ଦେବା କଥା। ମୋତେ ଏକ ସ୍ୱତନ୍ତ୍ର ଭେଟି ଦେବା କଥା। ମାତ୍ର ସେ ସବୁ ତୁମ୍ଭେମାନେ ମୋତେ ଦେଲନାହିଁ।


ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ଦୂରେଇ ଯାଇ ପାରନ୍ତି। କାରଣ ସେମାନେ ସମସ୍ତେ ବ୍ୟଭିଗ୍ଭରୀ ଓ ପରମେଶ୍ୱରଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି।


ହେ ମୋ’ ପୁତ୍ର ପରକୀୟା ସ୍ତ୍ରୀଠାରେ ପାଗଳ ହୁଅ ନାହିଁ। ବ୍ୟଭିଗ୍ଭରିଣୀର ଘନିଷ୍ଟତାକୁ ଆଲିଙ୍ଗନ କର ନାହିଁ।


ସେମାନେ ଇସ୍ରାଏଲରେ ଅତି ମନ୍ଦ ଆଚରଣ କରିଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀ ସ୍ତ୍ରୀ ସହିତ ବ୍ୟଭିଗ୍ଭର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସେମାନେ ଆମ୍ଭ ନାମରେ ମିଥ୍ୟା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।”


Swiv nou:

Piblisite


Piblisite