ମଲାଖୀ 3:16 - ପବିତ୍ର ବାଇବଲ16 ଯେଉଁମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସେମାନଙ୍କ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସେହିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସେହି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା। Gade chapit laଓଡିଆ ବାଇବେଲ16 ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା। Gade chapit la |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।