Biblia Todo Logo
Bib sou entènèt

- Piblisite -




ମଲାଖୀ 4:4 - ପବିତ୍ର ବାଇବଲ

4 “ମୋଶାଙ୍କର ବ୍ୟବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହୋରେବ ପର୍ବତରେ ଏହି ବ୍ୟବସ୍ଥା ଓ ନିୟମମାନ ତାଙ୍କୁ ଦେଇଥିଲୁ। ସେହି ବ୍ୟବସ୍ଥା ଇସ୍ରାଏଲର ସମସ୍ତ ଲୋକଙ୍କ ପାଇଁ ଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।

Gade chapit la Kopi

ଓଡିଆ ବାଇବେଲ

4 “ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।

Gade chapit la Kopi




ମଲାଖୀ 4:4
25 Referans Kwoze  

ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଛିଡ଼ା ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ରିତ କର। ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଯାବଜ୍ଜୀବନ ଆମ୍ଭକୁ ଭୟ କରିବା ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।’


ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।


ସଦାପ୍ରଭୁ ନିଜର ଶିକ୍ଷା ବ୍ୟବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।


ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।


ତୁମ୍ଭେମାନେ ଆପଣା ବିଷୟରେ ସାବଧାନ ହୁଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାଶୋରିଯିବ ନାହିଁ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ।


ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।


“ସାବଧାନ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଭୁଲ ନାହିଁ। ସାବଧାନତା ସହକାରେ ତାହାଙ୍କ ନିର୍ଦ୍ଦେଶମାନ, ତାଙ୍କର ବିଧି ପାଳନ କର, ମୁଁ ତୁମ୍ଭମାନଙ୍କୁ ଆଜି ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି।


“କେବେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ଭୁଲିବ ନାହିଁ। ଅନ୍ୟ ଦେବତାଗଣଙ୍କୁ ମାନିବ ନାହିଁ କି ତାଙ୍କର ସେବା କରିବ ନାହିଁ। ଯଦି ତୁମ୍ଭେମାନେ ଏପରି କର, ତେବେ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭେମାନେ ନିଶ୍ଚିତରେ ବିନଷ୍ଟ ହେବ।


ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଛକସ୍ଥାନରେ ଛିଡ଼ା ହୋଇ ଦେଖ, ଆଉ ପୁରାତନ ପଥ ବିଷୟରେ ପ୍ରଗ୍ଭର କରି କୁହ, ଉତ୍ତମ ପଥ କାହିଁ? ଆଉ ସେହି ପଥରେ ଗମନ କର, ତାହାହେଲେ ତୁମ୍ଭେମାନେ ନିଜ ନିଜ ପ୍ରାଣରେ ବିଶ୍ରାମ ପାଇବ। ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ସେ ପଥରେ ଗମନ କରିବୁ ନାହିଁ।’


Swiv nou:

Piblisite


Piblisite