Biblia Todo Logo
Bib sou entènèt

- Piblisite -




ମାଥିଉ 1:1 - ପବିତ୍ର ବାଇବଲ

1 ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ

Gade chapit la Kopi

ଓଡିଆ ବାଇବେଲ

1 ଅବ୍ରାହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁଖ୍ରୀଷ୍ଟଙ୍କ ବଂଶାବଳୀ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଅବ୍ରାହାମ୍ ଓ ଦାଉଦଙ୍କ ବଂଶଧର ଯୀଶୁଖ୍ରୀଷ୍ଟଙ୍କ ପୂର୍ବପୁରୁଷମାନଙ୍କ ବଂଶାବଳୀ -

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।

Gade chapit la Kopi




ମାଥିଉ 1:1
39 Referans Kwoze  

ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। ମୁଁ ଏପରି କରିବି କାରଣ ତୁମ୍ଭେ ମୋର ବାକ୍ୟ ମାନିଅଛ।”


ସେ ଚୁକ୍ତିକୁ ମଧ୍ୟ ଏଡ଼ାଇ ଦେଇ ହୁଏ ନାହିଁ। ସେହିପରି ପରମେଶ୍ୱର ଅବ୍ରହାମ “ଓ ତାହାଙ୍କ ସନ୍ତାନଙ୍କୁ” ପ୍ରତିଶୃତି ଦେଇଥିଲେ। କିନ୍ତୁ “ସେ ତାହାଙ୍କର ସମସ୍ତ ବଂଶଧର” ପାଇଁ ଏହି ପ୍ରତିଜ୍ଞା ଦେଇ ନ ଥିଲେ। ତା'ର ଅର୍ଥ ଜଣେ ମାତ୍ର ବ୍ୟକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସେହି ବ୍ୟକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ।


ଏହି ସୁସମାଗ୍ଭର ପରମେଶ୍ୱରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଅଟେ।


“ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋର ଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜ୍ୱଳ ପ୍ରଭାତୀ ତାରା।”


ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ, “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।


ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଦାଉଦ ବଂଶରେ ଆମ୍ଭେ ଏକ ଧାର୍ମିକ ‘ଶାଖା’ ଉତ୍ପନ୍ନ କରିବା। ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳରେ ଦେଶରେ ସୁବିଗ୍ଭର ଓ ନ୍ୟାୟ ପ୍ରତିଷ୍ଠା କରିବେ।


ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା'ର ମୂଳରୁ ଶାଖା ବଢ଼ିବ,


ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।”


ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି। ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି। ତୁମ୍ଭଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।”


ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ୱର ତାହାଙ୍କ ପାଖରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ୟରୁ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବେ।


ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି।


ଲୋକମାନେ ବଳପୂର୍ବକ ତାଙ୍କୁ ବିଗ୍ଭର ପାଇଁ ଧରି ନେଲେ ଓ ଉପଯୁକ୍ତ ବିଗ୍ଭର ତାଙ୍କ ପାଇଁ କରାଗଲା ନାହିଁ। ପୁଣି ସେ ଜୀବିତ ଲୋକମାନଙ୍କ ଦେଶରୁ ଦଣ୍ଡିତ ହେଲେ ଓ ସେ ସମୟରେ କିଏ ତାଙ୍କ ପ୍ରତି ସୁବିବେଚନା କଲା? ଆମ୍ଭ ଲୋକମାନଙ୍କର ପାପ ପାଇଁ ସେ ପ୍ରହାରିତ ହେଲେ।


ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।


ଅବ୍ରହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସେମାନେ ସଂସାରର ଉତ୍ତରାଧିକାରୀ ହେବେ। କିନ୍ତୁ ଅବ୍ରହାମ ଏହି ପ୍ରତିଶ୍ରୁତି ବ୍ୟବସ୍ଥା ପାଳନ କରିଥିବାରୁ ମିଳି ନ ଥିଲା। ବିଶ୍ୱାସ ଦ୍ୱାରା ସେ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।


ସେହି ଅଞ୍ଚଳର ଜଣେ କିଣାନୀୟା ସ୍ତ୍ରୀ ଆସି ବଡ଼ ପାଟି କରି କହିଲା, “ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମୋ’ ପ୍ରତି ଦୟା କରନ୍ତୁ। ମୋ’ ଝିଅ ଦେହରେ ଗୋଟିଏ ଭୂତ ପଶି ରହିଛି, ମୋ’ ଝିଅ ଭାରି କଷ୍ଟ ପାଉଛି।”


ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର, ଆମ୍ଭମାନଙ୍କୁ ଦୟା କର।”


ତାହାହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସେବକ ଦାଉଦର ବଂଶଧରଗଣଙ୍କୁ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବର ବଂଶଧରଗଣ ଉପରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ୟାଖାନ କରିବା କି? ଏହା ହେବ ନାହିଁ, କାରଣ ଆମ୍ଭେ ସେମାନଙ୍କର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସେମାନଙ୍କ ଉପରେ କୃପା କରିବା।”


ଏହା ହେଲା ପୃଥିବୀ ଓ ଆକାଶମଣ୍ଡଳର ଇତିହାସ। ଯେଉଁ ସମୟରେ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସେହି ସମୟର ଇତିହାସ।


ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ରେ ଆକାଶ ଖୋଲିଗଲା, ଏବଂ ସେ ପରମେଶ୍ୱରଙ୍କ ଆତ୍ମାକୁ ଗୋଟିଏ କପୋତ ରୂପରେ ତଳକୁ ଓହ୍ଲେଇ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।


ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ।


“ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।


ଏହା ହେଉଛି ଆଦମର ବଂଶାବଳୀର ଇତିହାସ। ପରମେଶ୍ୱର ତାଙ୍କ ସାଦୃଶ୍ୟରେ ମନୁଷ୍ୟକୁ ସୃଷ୍ଟି କଲେ।


ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।


ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।


ଅବ୍ରହାମ ଇ‌‌ସ୍‌‌ହାକଙ୍କ ବାପା। ଇ‌‌ସ୍‌‌ହାକ ଯାକୁବଙ୍କ ବାପା। ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କର ବାପା।


ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବବଂଶ ଉପରେ ରାଜତ୍ୱ କରିବେ। ଯୀଶୁଙ୍କ ରାଜ୍ୟର କେବେ ହେଲେ ଶେଷ ହେବ ନାହିଁ।”


କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।


ଯୀଶୁ ଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ୟୁପରେ ପୁନଃ ଜୀବିତ ହୋଇଉଠିଲେ।


Swiv nou:

Piblisite


Piblisite