Biblia Todo Logo
Bib sou entènèt

- Piblisite -




ମାଥିଉ 1:11 - ପବିତ୍ର ବାଇବଲ

11 ଯୋଶିୟ, ଯିକନିୟ ଓ ତାହାଙ୍କ ଭାଇମାନଙ୍କ ବାପା। (ଏହା ଇସ୍ରାଏଲଲୋକଙ୍କୁ କ୍ରୀତଦାସ କରି ବାବିଲୋନ ନିଆଯାଉଥିବା ସମୟର କଥା।)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବାବିଲୋନକୁ ନିର୍ବାସିତ ହେବା ସମୟରେ ଯୋଷୀୟ ଯିକନୀୟ ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।

Gade chapit la Kopi

ଓଡିଆ ବାଇବେଲ

11 ବାବିଲୋନକୁ ନିର୍ବାସିତ ହେବା ସମୟରେ ଯୋଷୀୟ ଯିକନୀୟ ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଆମୋନଙ୍କ ପୁତ୍ର ଯୋଶିୟ; ଯୋଶିୟଙ୍କ ପୁତ୍ର ଯିଖନିୟ (ବାବିଲୋନ ଦେଶକୁ ନିର୍ବାସିତ ହେବା ସମୟରେ ଯିଖନିୟ ଜନ୍ମ ହୋଇଥିଲେ।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।

Gade chapit la Kopi




ମାଥିଉ 1:11
17 Referans Kwoze  

ଯେତେବେଳେ ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କ ପୁତ୍ର ଯିହୋୟାଖୀ‌‌‌ନ୍‌‌‌ଙ୍କୁ ଓ ଯିହୁଦାର ଓ ଯିରୁଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ନବୂଖ‌ଦ୍‌ନିତ୍ସର ବନ୍ଦୀକରି ବାବିଲକୁ ନେଇଗଲେ ସେତେବେଳେ ସେ ସବୁ ଜିନିଷ ନେଇ ନ ଥିଲେ।


ବର୍ତ୍ତମାନ ସଦାପ୍ରଭୁ ଯିହୋୟାକୀମ୍‌‌‌କୁ ପରାସ୍ତ କରିବା ପାଇଁ ନବୂଖ‌ଦ୍‌ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ୱରଙ୍କ ମନ୍ଦିରରୁ ନେଇଗଲେ। ସେ ଶିନିୟର ଭୂମିକୁ ସବୁଗୁଡ଼ିକୁ ବହନ କରି ନେଲେ ଏବଂ ଆରଣା ଦେବତାମାନଙ୍କ ମନ୍ଦିର ଭଣ୍ତାରଗୃହରେ ସେସବୁ ରଖି ଦେଲେ।


ବାବିଲ ରାଜାର ନବୂଷରଦନ୍ ନାମକ ଜଣେ ପ୍ରହରୀବର୍ଗର ସେନାପତି ଯିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।


ନବୂଖ‌ଦ୍‌ନିତ୍ସର ଅବଶିଷ୍ଟ ଜୀବିତ ଥିବା ଲୋକଙ୍କୁ ବାବିଲକୁ ନେଇଗଲେ ଓ ସେମାନଙ୍କୁ ବଳପୂର୍ବକ ଭାବରେ କ୍ରୀତଦାସ କରି ରଖିଲେ। ପାରସିକ ରାଜ୍ୟ, ବାବିଲର ରାଜ୍ୟକୁ ପରାସ୍ତ କରିବା ପର୍ଯ୍ୟନ୍ତ ସେହି ଲୋକମାନେ ବାବିଲରେ କ୍ରୀତଦାସରୂପେ ରହିଲେ।


ବସନ୍ତ ଋତୁରେ, ରାଜା ନବୂଖ‌ଦ୍‌ନିତ୍ସର ଯିହୋୟାଖୀ‌ନଙ୍କୁ ଆଣିବା ନିମନ୍ତେ କେତେକ ଭୃତ୍ୟଙ୍କୁ ପଠାଇଲେ। ସେମାନେ ଯିହୋୟାଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ୟ ଧନ ସମ୍ପତ୍ତିରୁ କିଛି ବାବିଲକୁ ନେଇଗଲେ। ନବୂଖ‌ଦ୍‌ନିତ୍ସରର ସିଦିକିୟଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିୟ ଯିହୋୟାଖୀ‌ନଙ୍କର ଜଣେ ଆତ୍ମୀୟ ଥିଲେ।


ତା'ପରେ ନବୂସ‌ର୍‌ଦ‌‌ନ୍‌ ଅବଶିଷ୍ଟ ଲୋକମାନଙ୍କୁ ଓ ଆତ୍ମସମର୍ପଣ କରିବାକୁ ଆସିଥିବା ଲୋକମାନଙ୍କୁ ବନ୍ଦୀ କରି ନେଇ ଗଲେ।


ଯିହୋୟାହସ୍ ଯେତେବେଳେ ରାଜା ହେଲେ ସେତେବେଳେ ତାଙ୍କୁ ତେଇଶ୍ ବର୍ଷ ହୋଇଥିଲା। ସେ ଯିରୁଶାଲମରେ ତିନି ମାସ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହମୁଟଲ୍, ସେ ଲି‌ବ୍‌ନା ନିବାସୀ ଯିରିମିୟର କନ୍ୟା ଥିଲେ।


ଆଉ ସେ ଯିରୁଶାଲମର ସମସ୍ତ ଲୋକଙ୍କୁ, ସମସ୍ତ ଅଧିପତିଙ୍କୁ ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ଏପରି 10,000 ଲୋକଙ୍କୁ ବନ୍ଦୀ କଲେ। ଆଉ ସେ ସମସ୍ତ ଦକ୍ଷ ଶିଳ୍ପୀ ଓ କର୍ମକାରୀମାନଙ୍କୁ ନେଇଗଲେ କେବଳ ଦେଶରେ ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ ଅବଶିଷ୍ଟ କେହି ରହିଲେ ନାହିଁ।


ପରମେଶ୍ୱର ଆମୋସଙ୍କ ପୁତ୍ର ଯିଶାଇୟଙ୍କୁ ବାବିଲ ସମ୍ବନ୍ଧୀୟ ବାର୍ତ୍ତା ଦେଖାଇଲେ।


ସେମାନଙ୍କୁ ବାବିଲୋନକୁ ନିଆଯିବା ପରେ: ଯିକନିୟ ଶ‌‌‌ଲ୍‌ଟୀୟେଲଙ୍କ ବାପା। ଶ‌‌‌ଲ୍‌ଟୀୟେଲ ଜିରୁବାବିଲଙ୍କ ଜେଜେ ବାପା।


ଏହିଭଳି ଭାବରେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ହେଲେ ମୋଟ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପର୍ଯ୍ୟନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ଯ୍ୟନ୍ତ ହେଲେ ଚଉଦ ପୁରୁଷ।


Swiv nou:

Piblisite


Piblisite