Biblia Todo Logo
Bib sou entènèt

- Piblisite -




ମାଥିଉ 10:4 - ପବିତ୍ର ବାଇବଲ

4 ଉ‌‌‌‌‌‌‌ଦ୍‌‌ଯୋଗୀ ଶିମୋନ ଓ ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିଣାନୀୟ ଶିମୋନ ଓ ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା।

Gade chapit la Kopi

ଓଡିଆ ବାଇବେଲ

4 କିଣାନୀୟ ଶିମୋନ ଓ ଈଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଦେଶପ୍ରେମୀ ଶିମୋନ ଓ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିବା ଇଷକୋରିୟଥ୍ ଯିହୁଦା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।

Gade chapit la Kopi




ମାଥିଉ 10:4
19 Referans Kwoze  

ତା'ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା।


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।


ଯୀଶୁ ଶିମୋନ ଇଷ୍କାରିୟୋତର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଥିଲେ। ସେ ବାରଜଣଙ୍କ ମଧ୍ୟରୁ ଜଣେ ଥିଲା। ପରେ ସେହି ଯିହୂଦା ତାହାଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଥିଲା।


ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ଆସି ସେଠାରେ ପହଞ୍ଚିଲା। ସେ ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣେ ଥିଲା। ତା ସାଙ୍ଗରେ ଅନେକ ଲୋକ ଥିଲେ। ସେହି ଲୋକମାନଙ୍କୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ଯିହୂଦୀ ନେତାମାନେ ପଠାଇଥିଲେ। ଯିହୂଦା ଓ ସେହି ଲୋକମାନେ ହାତରେ ଖଣ୍ଡା ଓ ଠେଙ୍ଗା ଧରିଥିଲେ।


ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ।


ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସେଠାକୁ ଆସିଲେ। ବାରଜଣ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ସେହି ଲୋକମାନଙ୍କ ଦଳର ନେତୃତ୍ୱ ନେଇଥିଲା। ସେ ଥିଲା ଯିହୂଦା। ଯୀଶୁଙ୍କୁ ଚୁମ୍ବନ ଦେବା ପାଇଁ ଯିହୂଦା ଯୀଶୁଙ୍କ ପାଖକୁ ଆସିଲା।


ଯୀଶୁଙ୍କର ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣକର ନାମ ଥିଲା ଇଷ୍କାରିୟୋତ ଯିହୂଦା। ଶୟତାନ ଯିହୂଦାଙ୍କ ଶରୀର ମଧ୍ୟରେ ପ୍ରବେଶ କରି ତାହାଙ୍କୁ ଗୋଟିଏ ଖରାପ କାମ କରିବା ପାଇଁ ପ୍ରବର୍ତ୍ତାଇଲା।


ତା'ପରେ ବାରଜଣ ଯାକ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ରେରିତର ନାମ ଥିଲା ଇଷ୍କାରିୟୋତ ଯିହୂଦା। ସେ ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବାକୁ ଗ୍ଭହୁଁଥିଲା।


ଯିହୂଦା ଦେଖିଲା ଯେ, ସେମାନେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ଯିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତ୍ରୁମାନଙ୍କ ହାତରେ ଦେଇ ଦେଇଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନଙ୍କୁ ସେହି ତିରି‌ଶ୍‌ଟି ରୌପ୍ୟମୁଦ୍ରା ଫେରାଇଦେଲୋ।


ସେହି ପଦରେ ପ୍ରେରିତ ହେବା ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ୟରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦେଖାଇଦିଅ।”


ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲି‌ପ୍‌ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।


“ଦୁଇ ଦିନ ପରେ ନିସ୍ତାରପର୍ବ ହେବା କଥା ତୁମ୍ଭେ ଜାଣ। ସେହି ଦିନ କ୍ରୁଶରେ ଚଢ଼ାଇ ମନୁଷ୍ୟପୁତ୍ରଙ୍କୁ ମାରି ଦେବା ପାଇଁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦିଆଯିବ।”


ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରି‌ଶ୍‌ଟି ରୂପାଟଙ୍କା ଦେଲେ।


କିନ୍ତୁ ତୁମ୍ଭ ଭିତରୁ କେତେକ ବିଶ୍ୱାସ କରୁ ନାହଁ। ଯୀଶୁ ବିଶ୍ୱାସ ନ କରୁଥିବା ଲୋକଙ୍କୁ ପ୍ରଥମରୁ ଜାଣିଥିଲେ ଏବଂ ପରେ ଯିଏ ବିଶ୍ୱାସଘାତକତା କରିବ ସେହି ଲୋକକୁ ମଧ୍ୟ ସେ ଜାଣିଥିଲେ।


Swiv nou:

Piblisite


Piblisite