Biblia Todo Logo
Bib sou entènèt

- Piblisite -




ମାଥିଉ 24:3 - ପବିତ୍ର ବାଇବଲ

3 ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପରେ ସେ ଜୀତପର୍ବତ ଉପରେ ବସନ୍ତେ, ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ।

Gade chapit la Kopi

ଓଡିଆ ବାଇବେଲ

3 ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ଜୀତ ପର୍ବତ ଉପରେ ବସିଥିବାବେଳେ ଶିଷ୍ୟମାନେ ଏକାନ୍ତରେ ଆସି ପଚାରିଲେ, “ଏସବୁ କେବେ ହେବ, ଆମକୁ କହନ୍ତୁ। କ’ଣ ଘଟିଲେ ଆମେ ଜାଣିବା ଯେ ଆପଣଙ୍କ ଆସିବା ସମୟ ହେଲାଣି ଏବଂ ଏହି ଯୁଗ ଶେଷ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ।

Gade chapit la Kopi




ମାଥିଉ 24:3
23 Referans Kwoze  

ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ।


“ନୋହଙ୍କ ସମୟରେ ଯେଭଳି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସେହିପରି ଘଟିବ।


ସଂସାର ଶେଷ ହେବା ବେଳେ ଏହିଭଳି ଘଟିବ। ସ୍ୱର୍ଗଦୂତମାନେ ଆସିବେ। ସେମାନେ ଧାର୍ମିକ ଲୋକଙ୍କ ଭିତରୁ ପାପୀ ଲୋକଙ୍କୁ ଅଲଗା କରିଦେବେ।


କେତେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ଗୁରୁ! ଏସବୁ ଘଟଣା କେବେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ୱାରା ଜଣା ପଡ଼ିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?”


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମ ପାଖାପାଖି ଆସି ଯାଇଥିଲେ। ସେମାନେ ପ୍ରଥମେ ଜୀତପର୍ବତ ପାଖ ବୈ‌‌‌‌‌‌ଥ୍‌‌‌‌‌‌ଫାଗୀଠାରେ ଅଟକିଲେ।


ଯାହାସବୁ ସେତେବେଳେ ଘଟି ଯାଉଥିଲା, ଲୋକେ ତାହା ଜାଣିପାରୁ ନ ଥିଲେ। ସେତିକିବେଳେ ବନ୍ୟା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହୋଇଗଲେ। “ମନୁଷ୍ୟପୁତ୍ର ଆସିବା ସମୟରେ ଠିକ୍ ସେହିପରି ହେବ।


ଆକାଶରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହୋଇ ପଶ୍ଚିମ ଆକାଶ ପର୍ଯ୍ୟନ୍ତ ବ୍ୟାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସେହିଭଳି ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।


ଯଦି ଖ୍ରୀଷ୍ଟ ନିଜକୁ ଅନେକ ଥର ସମର୍ପଣ କରି ଥାଆନ୍ତେ, ତା'ହେଲେ ଜଗତ ସୃଷ୍ଟି ହେବା ଦିନଠାରୁ ତାହାଙ୍କୁ ଅନେକ ଥର ଯାତନା ସହିବାକୁ ପଡ଼ିଥା’ନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ଯୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ୱାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


ତା'ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ନିରୋଳାରେ ଭେଟି ପଗ୍ଭରିଲେ, “ଆମ୍ଭେମାନେ ଭୂତକୁ ତଡ଼ିଦେବାକୁ କାହିଁକି ସକ୍ଷମ ହୋଇ ପାରିଲୁ ନାହିଁ?”


ମନେରଖ, ଯଦି ଘରମାଲିକ ଜାଣିଥା’ନ୍ତା ଯେ ଗ୍ଭେର କେତେବେଳେ ଆସିବ, ତେବେ ସେ ସତର୍କ ରହନ୍ତେ ଓ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ।


ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”


ତା'ପରେ ଯୀଶୁ ଲୋକମାନଙ୍କୁ ପଠେଇ ଦେଇ ଘରକୁ ଗଲେ। ତାହାଙ୍କ ପାଖରେ ତାହାଙ୍କ ଶିଷ୍ୟମାନେ ପହଞ୍ଚି କହିଲେ, “ଆମ୍ଭକୁ କ୍ଷେତର ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।”


ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା'ର କର୍ମ ଅନୁସାରେ ଫଳ ଦେବେ।


ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।”


“ସେତିକିବେଳେ ମନୁଷ୍ୟପୁତ୍ରଙ୍କ ଆସିବା ସଙ୍କେତ ଆକାଶରେ ଦେଖାଦେବ। ଜଗତର ସମସ୍ତ ଲୋକ ବିଳାପ କରିବେ। ଲୋକେ ତାହାଙ୍କୁ ଆକାଶରେ ମେଘମାଳା ଉପରେ ଆସୁଥିବାର ଦେଖିବେ। ମନୁଷ୍ୟପୁତ୍ର ଶକ୍ତି ଓ ମହାନ୍ ମହିମା ସହିତ ଆସିବେ।


Swiv nou:

Piblisite


Piblisite