Biblia Todo Logo
Bib sou entènèt

- Piblisite -




ମାଥିଉ 3:3 - ପବିତ୍ର ବାଇବଲ

3 ସେହି ଯୋହନଙ୍କ ବିଷୟରେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟ କହୁଥିଲେ, “ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର: ‘ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଯାହାଙ୍କ ବିଷୟରେ ଏହି ବାକ୍ୟ ଉକ୍ତ ହୋଇଥିଲା, ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ତ ସଳଖ କର।

Gade chapit la Kopi

ଓଡିଆ ବାଇବେଲ

3 ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, "ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର ।"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଭାବବାଦୀ ଯିଶାୟ ଯେଉଁ ବ୍ୟକ୍ତିଙ୍କ ସମ୍ପର୍କରେ କହିଥିଲେ, ଯୋହନହିଁ ସେହି ବ୍ୟକ୍ତି: “ମରୁ ପ୍ରାନ୍ତରରେ କେହି ଜଣେ ଚିକ୍ରାର କରି କହୁଛନ୍ତି, ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର; ତାଙ୍କ ଆସିବା ପାଇଁ ଏକ ସରଳ ରାସ୍ତା ନିର୍ମାଣ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”

Gade chapit la Kopi




ମାଥିଉ 3:3
8 Referans Kwoze  

ଏକ ବ୍ୟକ୍ତିର ଉଚ୍ଚସ୍ୱର ଶୁଣ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ରାଜପଥ ସଳଖ ଓ ଚି‌କ୍‌କଣ କର।


ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି।


ଯୋହନ ସେମାନଙ୍କୁ ଭବିଷ୍ୟ‌‌‌ଦ୍‌‌‌ବକ୍ତା ଯିଶାଇୟଙ୍କ ବାକ୍ୟକୁ ବ୍ୟବହାର କରି କହିଲେ: “ମୁଁ ମରୁଭୂମିରେ ଚିତ୍କାର କରୁଥିବା ଜଣେ ବ୍ୟକ୍ତିର ସ୍ୱର: ‘ପ୍ରଭୁଙ୍କ ପାଇଁ ଗୋଟିଏ ସଳଖରାସ୍ତା ପ୍ରସ୍ତୁତ କର।’”


“ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତା ରୂପେ ଖ୍ୟାତ ହେବ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ।


ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”


“ମରୁଭୂମିରେ ଜଣେ ପାଟିକରି କହୁଛି; ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।’”


Swiv nou:

Piblisite


Piblisite