Biblia Todo Logo
Bib sou entènèt

- Piblisite -




ମାଥିଉ 3:5 - ପବିତ୍ର ବାଇବଲ

5 ସେ ସମୟରେ ଯିରୁଶାଲମ, ସମଗ୍ର ଯିହୂଦା ରାଜ୍ୟ ଓ ଯର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳରେ ଥିବା ଲୋକ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ଯିରୂଶାଲମ ଓ ସମଗ୍ର ଯିହୁଦା ପ୍ରଦେଶ, ପୁଣି ଯର୍ଦ୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାଙ୍କ ନିକଟକୁ ଆସିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

5 ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି, ଯର୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯିରୂଶାଲମ୍ ସହରରୁ, ଇହୁଦୀ ପ୍ରଦେଶ ଓ ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ଅଞ୍ଚଳରୁ ଲୋକମାନେ ତାଙ୍କ ନିକଟକୁ ଆସୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦିୟା ପ୍ରଦେଶ ପୁଣି, ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,

Gade chapit la Kopi




ମାଥିଉ 3:5
9 Referans Kwoze  

ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।


ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦେଇଥିଲେ। ଏବଂ ତୁମ୍ଭେମାନେ ସେହି ଆଲୋକ କିଛି କ୍ଷଣ ପାଇଁ ଉପଭୋଗ କରି ଖୁସୀ ହେଲ।


ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ।


“ମୋଶାଙ୍କ ନିୟମ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଲେଖା ଅନୁସାରେ ଲୋକମାନେ ଜୀବନଯାପନ କରନ୍ତୁ ବୋଲି ପରମେଶ୍ୱର ଗ୍ଭହିଁଲେ। କିନ୍ତୁ ବାପ୍ତିଜକ ଯୋହନ ଆସିବା ପରଠାରୁ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଅନେକ ଲୋକ ଅକ୍ଳାନ୍ତ ଚେଷ୍ଟା କରୁଛନ୍ତି।


ଯୋହନଙ୍କ ନିକଟକୁ ବାପ୍ତିଜିତ ହେବା ପାଇଁ ଲୋକମାନେ ଆସିଲେ। ଯୋହନ ସେମାନଙ୍କୁ କହିଲେ, “ତୁମ୍ଭେମାନେ ବିଷଧର ସାପ ଭଳି। ପରମେଶ୍ୱରଙ୍କ ଆସୁଥିବା ମହା କ୍ରୋଧରୁ ଖସି ପଳାଇବା ପାଇଁ କିଏ ତୁମ୍ଭମାନଙ୍କୁ ଚେତାଇ ଦେଲା?


ତେଣୁ ଗାଲିଲୀ, ଦେକାପଲି, ଯିରୁଶାଲମ, ଯିହୂଦା ଓ ଯର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।


ହେରୋଦଙ୍କ ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ।


ଯୋହନ ଯର୍ଦ୍ଦନ ନଦୀର ଗ୍ଭରିପାଖଯାକ ସବୁଅଞ୍ଚଳରେ ବୁଲି ବୁଲି ଲୋକମାନଙ୍କ ନିକଟରେ ପ୍ରଗ୍ଭର କଲେ ଯେ, ସେମାନେ ନିଜର ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ ଓ ବାପ୍ତିଜିତ ହୁଅନ୍ତୁ, ତାହାହେଲେ ସେମାନଙ୍କର ପାପଗୁଡ଼ିକୁ କ୍ଷମା କରି ଦିଆଯିବ।


Swiv nou:

Piblisite


Piblisite