Biblia Todo Logo
Bib sou entènèt

- Piblisite -




ମାଥିଉ 4:5 - ପବିତ୍ର ବାଇବଲ

5 ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ଯିରୁଶାଲମକୁ ନେଇଗଲା। ସେ ଯୀଶୁଙ୍କୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନରେ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁ ଉତ୍ତାରେ ଶୟତାନ ତାହାଙ୍କୁ ପୁଣ୍ୟ ନଗରୀକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,

Gade chapit la Kopi

ଓଡିଆ ବାଇବେଲ

5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପୁଣ୍ୟ ନଗରୀକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଏହାପରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଗଲା। ସେଠାରେ ତାଙ୍କୁ ମନ୍ଦିରର ସର୍ବୋଚ୍ଚ ଚୂଡ଼ାରେ ବସାଇ କହିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,

Gade chapit la Kopi




ମାଥିଉ 4:5
11 Referans Kwoze  

ତା'ପରେ ସେ ଯୀଶୁଙ୍କୁ ଯିରୁଶାଲମକୁ ନେଇଗଲା ଓ ସେଠାରେ ମନ୍ଦିରର ଶିଖରରେ ଠିଆ କରାଇ ଦେଲା। ସେ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ଏହିଠାରୁ ତଳକୁ ଡେଇଁପଡ଼।”


କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।


ଯୀଶୁଙ୍କ ମୃତ୍ୟୁରୁ ବଞ୍ଚି ଉଠିବା ପରେ ସେମାନେ ପବିତ୍ରନଗରକୁ ଯାଇ ଅନେକ ଲୋକଙ୍କୁ ଦେଖା ଦେଲେ।


“କାରଣ ସେମାନେ ନିଜକୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର କରନ୍ତି; ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।


ଯୀଶୁ ଉତ୍ତର ଦେଲେ, “ମୋ’ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କେବଳ ସେହି କ୍ଷମତା ପରମେଶ୍ୱର ଆପଣଙ୍କୁ ଦେଇଛନ୍ତି। ତେଣୁ ଯିଏ ମୋତେ ଆପଣଙ୍କ ପାଖରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।”


“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟ‌ଦ୍‌ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।


ହେ ସଦାପ୍ରଭୁ, ବିନୟ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁଯାୟୀ ତୁମ୍ଭର ନଗର ଯିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କ୍ରୋଧ ନ୍ୟାୟୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭେମାନେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।


ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ଯିରୁଶାଲମ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧ୍ୟରେ ତୁମ୍ଭ ମଧ୍ୟକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।


ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବମୋଟ୍ 284 ଜଣ ଥିଲେ।


ଇସ୍ରାଏଲମାନଙ୍କର ଅଧିପତିମାନେ ଯିରୁଶାଲମରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୁଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଜଣକୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରିବାକୁ ଗୁଲିବାଣ୍ଟ କଲେ।


ମନ୍ଦିରର ସମ୍ମୁଖ ଭାଗ ଅଗଣା କୋଡ଼ିଏ ହାତ ମନ୍ଦିର ସହିତ ସମାନ ପ୍ରସ୍ଥ ଥିଲା ଓ 120 ହାତ ଉଚ୍ଚତା ବିଶିଷ୍ଟ ଥିଲା। ଏହି ଅଗଣାର ସମ୍ମୁଖ ଭାଗର ଭିତର ଅଂଶକୁ ଶଲୋମନ ଶୁଦ୍ଧ ସୁବର୍ଣ୍ଣରେ ଢାଙ୍କି ଥିଲେ।


Swiv nou:

Piblisite


Piblisite