Biblia Todo Logo
Bib sou entènèt

- Piblisite -




ମାଥିଉ 8:2 - ପବିତ୍ର ବାଇବଲ

2 ସେମାନଙ୍କ ଭିତରୁ ଜଣେ କୁଷ୍ଠରୋଗୀ ଆସି ଯୀଶୁଙ୍କ ଆଗରେ ଆଣ୍ଠୁ ମାଡ଼ି ବସିପଡ଼ି କହିଲା, “ପ୍ରଭୁ, ଆପଣ ଗ୍ଭହିଁଲେ ମୋତେ ଭଲ କରିଦେଇ ପାରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେତେବେଳେ ଜଣେ କୁଷ୍ଠରୋଗୀ ତାଙ୍କ ନିକଟକୁ ଆସି କହିଲା, “ପ୍ରଭୁ, ଆପଣ ଚାହିଁଲେ ମୋତେ ପରିଷ୍କାର କରି ପାରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।

Gade chapit la Kopi




ମାଥିଉ 8:2
37 Referans Kwoze  

“ଗ୍ଭକରଟି ରାଜାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ିଲା। ସେ ପ୍ରାର୍ଥନା କଲା, ‘ଆପଣ ମୋ’ ପାଇଁ ଧୈର୍ଯ୍ୟବାନ ହୁଅନ୍ତୁ। ମୁଁ ଆପଣଙ୍କର ସମସ୍ତ ଋଣ ପରିଶୋଧ କରିଦେବି।’


ତା'ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, “ହେ ପ୍ରଭୁ! ମୋତେ ସାହାଯ୍ୟ କରନ୍ତୁ।”


ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହେବ, ସେଥିରେ ସେ ମସ୍ତକ ନତକରି ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ପରମେଶ୍ୱରଙ୍କ ଉପାସନା କରିବ।


ପିତର ଘରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ।


ସେ ଲୋକଟି ଉତ୍ତର ଦେଲା, “ହଁ, ପ୍ରଭୁ ମୁଁ ବିଶ୍ୱାସ କରେ।” ସେ ମୁଣ୍ଡ ନୁଆଁଇ ଯୀଶୁଙ୍କୁ ପ୍ରଣାମ କଲା।


ପାହାଡ଼ ଉପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେମାନେ ତାହାଙ୍କୁ ପ୍ରଣାମ କଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ବିଶ୍ୱାସ କରିପାରିଲେ ନାହିଁ ଯେ, ଏ ହେଉଛନ୍ତି ପ୍ରକୃତରେ ଯୀଶୁ।


“ଆହୁରି ମଧ୍ୟ ଭବିଷ୍ୟ‌ଦ୍‌ବକ୍ତା ଏଲୀଶାୟଙ୍କ ସମୟରେ ଇସ୍ରାଏଲରେ ଅନେକ କୁଷ୍ଠରୋଗୀ ଥିଲେ। ତଥାପି ସେମାନଙ୍କ ମଧ୍ୟରୁ, କାହାରିକୁ ଆରୋଗ୍ୟ କରାଯାଇ ନ ଥିଲା। କେବଳ ସୁରିଆ ଦେଶର ନାମା‌ନଙ୍କୁ ଆରୋଗ୍ୟ କରାଯାଇଥିଲା। ନାମାନ୍ ଇସ୍ରାଏଲର ଲୋକ ନ ଥିଲେ।”


ଯୀଶୁ ବେଥନୀୟାରେ ଥିଲେ। ସେ କୁଷ୍ଠରୋଗୀ ଶିମୋନର ଘରେ ରହିଥିଲେ।


ତା'ପରେ ଜେବଦୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ଏବଂ ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସେମାନଙ୍କର ମା ଯୀଶୁଙ୍କୁ ପ୍ରଣାମ କଲେ। ସେ ସେମାନଙ୍କ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।


ଯେଉଁମାନେ ଡଙ୍ଗା ଉପରେ ଥିଲେ, ସେମାନେ ଯୀଶୁଙ୍କୁ ପ୍ରଣାମ କଲେ ଓ କହିଲେ, “ପ୍ରକୃତରେ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।”


ସେଠାକାର ଲୋକେ ଯୀଶୁଙ୍କ ଉପରେ ବିଶ୍ୱାସ କରି ପାରିଲେ ନାହିଁ, ତେଣୁ ଯୀଶୁ ସେଠାରେ ଅଧିକ ଆଶ୍ଚର୍ଯ୍ୟ କାର୍ଯ୍ୟ କଲେ ନାହିଁ।


ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖିଦିଅ, ତା'ହେଲେ ସେ ପୁଣି ବଞ୍ଚି ଉଠିବ।”


ପୁଣି ସଦାପ୍ରଭୁ ଅସରିୟଙ୍କୁ ମରଣ ପର୍ଯ୍ୟନ୍ତ କୁଷ୍ଠୀ କରିଦେଲେ ଓ ସେ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।


ଏଣୁ ନାମା‌ନ୍‌ର ଚର୍ମ ରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶଠାରେ ଚିରକାଳ ପର୍ଯ୍ୟନ୍ତ ଲାଗି ରହିବ।” ତୁରନ୍ତ ଗିହେଜୀର ଶରୀର ବରଫ ଚର୍ମ ରୋଗ ସହିତ ଧବଳ ପାଲଟିଗଲା ଓ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।


ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିୟମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ୟ ଶ୍ୱେତବର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।


ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟ‌‌ଦ୍‌‌‌‌ବାଣୀର ମୂଳ ଆତ୍ମା ସ୍ୱରୂପ।’’


ହଠାତ୍ ସେମାନେ ଦେଖିଲେ, ଯୀଶୁ ତାହାଙ୍କ ଆଗରେ ଠିଆ ହୋଇଛନ୍ତି। ସେ କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ!” ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ।


ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର।


ଶୟତାନ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପାଦତଳେ ପଡ଼ି ମୋତେ ପ୍ରଣାମ କରିବ, ତେବେ ତୁମ୍ଭକୁ ମୁଁ ଏସବୁ ଦେଇଦେବି।”


ସେମାନେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସେମାନେ ଶିଶୁ ପାଇଁ ଆଣିଥିବା ଉପହାର ପେଡ଼ିଟି ଖୋଲିଲେ। ସେମାନେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।


ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ।


ମୁଁ ରାଜା ରୂପେ ଅଭିଷିକ୍ତ ହେଲେ ହେଁ ତଥାପି ମୁଁ ଆଜି ଦୁର୍ବଳ। ଏହି ସରୁୟାର ପୁତ୍ରମାନେ ମୋତେ ଅତି ଦୁଃଖର କାରଣ ଦେଲେ। ସଦାପ୍ରଭୁ ଏହି କୁକାର୍ଯ୍ୟ କରିଥିବା ଲୋକମାନଙ୍କୁ ତାଙ୍କର କୁକର୍ମ ଅନୁସାରେ ଦଣ୍ତ ଦିଅନ୍ତୁ।”


ଯୀଶୁ ପାହାଡ଼ ଉପରୁ ଓହ୍ଲେଇ ତଳକୁ ଆସିଲେ, ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା।


ଶିଷ୍ୟମାନେ ଯୀଶୁଙ୍କ ପାଖରେ ଥିଲେ। ସେମାନେ ଯୀଶୁଙ୍କୁ ଉଠାଇଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର। ଆମ୍ଭେ ବର୍ତ୍ତମାନ ବୁଡ଼ି ମରିଯିବା ଉପରେ।”


ପିତର କହିଲେ, “ନା ପ୍ରଭୁ। ମୁଁ କେବେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।”


Swiv nou:

Piblisite


Piblisite