Biblia Todo Logo
Bib sou entènèt

- Piblisite -




ମାଥିଉ 8:3 - ପବିତ୍ର ବାଇବଲ

3 ତା'ପରେ ଯୀଶୁ ହାତ ବଢ଼େଇ କୁଷ୍ଠରୋଗୀଟିକୁ ଛୁଇଁଦେଲେ। ସେ କହିଲେ, “ମୁଁ ଗ୍ଭହୁଁଛି ତୁମ୍ଭେ ସୁସ୍ଥ ହୁଅ।’’ ଏବଂ ସଙ୍ଗେ ସଙ୍ଗେ ତା'ର କୁଷ୍ଠରୋଗ ଭଲ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ଯୀଶୁ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ। ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।

Gade chapit la Kopi

ଓଡିଆ ବାଇବେଲ

3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ହାତ ବଢ଼ାି ତାକୁ ସ୍ପର୍ଶ କରି କହିଲେ, “ମୁଁ ଚାହେଁ, ତୁମେ ଶୁଚି ହୁଅ।” ସଙ୍ଗେ ସଙ୍ଗେ ସେହି ଲୋକଟି ରୋଗ ମୁକ୍ତି ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।

Gade chapit la Kopi




ମାଥିଉ 8:3
19 Referans Kwoze  

ଯୀଶୁ ହାତ ବଢ଼େଇ ସେହି ଲୋକଟିକୁ ଛୁଇଁ କରି କହିଲେ, “ମୁଁ ଇଚ୍ଛା କରୁଅଛି ତୁମ୍ଭେ ସୁସ୍ଥ ହୋଇ ଯାଅ।” ତ‌ତ୍‌କ୍ଷଣାତ୍ ତାହାଙ୍କଠାରୁ କୁଷ୍ଠରୋଗ ଦୂର ହୋଇଗଲା।


କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।


ତେଣୁ ନାମାନ୍ ପରମେଶ୍ୱରଙ୍କ ଲୋକର ବାକ୍ୟାନୁସାରେ ଗଲେ ଓ ଯର୍ଦ୍ଦନ ନଦୀରେ ନିଜକୁ ସାତଥର ବୁଡ଼ାଇଲେ। ଏଥିରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ୟ କୋମଳ ହେଲା।


ସେହି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢ଼େଇ ଲୋକଟିକୁ ଛୁଇଁଦେଲେ ଓ କହିଲେ, “ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଗ୍ଭହୁଁଛି, ତୁମ୍ଭେ ସୁସ୍ଥ ହୋଇଯାଅ।”


ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।


ଯୀଶୁ ଉଠି ପଡ଼ିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, “ଶାନ୍ତ ହୁଅ, ସ୍ଥିର ହୁଅ।” ତା'ପରେ ଝଡ଼ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା।


ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଗ୍ଭଲିଗଲେ। ସେ କହିଲେ “ମୁଁ ଭାବିଥିଲି ସେ ବାହାରି ଆସି ଥା’ନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମରେ ଡାକି ଥା’ନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମୋତେ ଆରୋଗ୍ୟ କରିଥା’ନ୍ତା।


ଏହା ପରେ ପରମେଶ୍ୱର କହିଲେ, “ଆଲୋକିତ ହେଉ!” ତହିଁରେ ଆଲୋକିତ ହେଲା।


ଏହା ପରେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”


ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।”


ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡ଼ି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦେଇ କହିଲେ, “ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦେଇଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦେହ ଭିତରୁ ବାହାରିଯା। ଏହାର ଦେହରେ ପୁଣି ଆଉ କେବେ ହେଲେ ପ୍ରବେଶ କରିବୁ ନାହିଁ।”


ଯୀଶୁ ପୁଣି ସ୍ୱର୍ଗ ଆଡ଼କୁ ଗ୍ଭହିଁ ଦୀର୍ଘ ନିଶ୍ୱାସ ପକାଇଲେ। ସେ ଲୋକଟିକୁ କହିଲେ,


ତା'ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, “ଟଲିଥା, କୂମ୍” ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଗ୍ଭଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା।


ଯଦି ମୁଁ ସେହି କାର୍ଯ୍ୟ କରି ନ ଥା'ନ୍ତି, ତେବେ ସେମାନେ ପାପଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ନ ଥାଆନ୍ତେ। କିନ୍ତୁ ସେମାନେ ମୋର ସେହି ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ଦେଖିଛନ୍ତି। ତଥାପି ସେମାନେ ମୋତେ ଓ ପରମପିତାଙ୍କୁ ଘୃଣା କରନ୍ତି।


ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ହସ୍ତ ପୁନରାୟ ତୁମ୍ଭର ଛାତିରେ ରଖ।” ତେଣୁ ମୋଶା ତାଙ୍କର ହାତ ତାଙ୍କର ଛାତିରେ ଦେଲେ, ମୋଶା ତାଙ୍କର ହାତ ବାହାର କରିବାରୁ ହାତଟି ପରିବର୍ତ୍ତନ ହୋଇ ପୂର୍ବପରି ହୋଇଗଲା।


ତା'ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା'ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା'ର ଅନ୍ୟ ହାତ ଭଳି ହୋଇଗଲା।


“ଆହୁରି ମଧ୍ୟ ଭବିଷ୍ୟ‌ଦ୍‌ବକ୍ତା ଏଲୀଶାୟଙ୍କ ସମୟରେ ଇସ୍ରାଏଲରେ ଅନେକ କୁଷ୍ଠରୋଗୀ ଥିଲେ। ତଥାପି ସେମାନଙ୍କ ମଧ୍ୟରୁ, କାହାରିକୁ ଆରୋଗ୍ୟ କରାଯାଇ ନ ଥିଲା। କେବଳ ସୁରିଆ ଦେଶର ନାମା‌ନଙ୍କୁ ଆରୋଗ୍ୟ କରାଯାଇଥିଲା। ନାମାନ୍ ଇସ୍ରାଏଲର ଲୋକ ନ ଥିଲେ।”


Swiv nou:

Piblisite


Piblisite