Biblia Todo Logo
Bib sou entènèt

- Piblisite -




ମୀଖା 1:1 - ପବିତ୍ର ବାଇବଲ

1 ସଦାପ୍ରଭୁଙ୍କ ବାଣୀ ମୀଖାଙ୍କ ନିକଟକୁ ଆସିଥିଲା। ଯୋଥମ୍, ଆହସ ଓ ହିଜକିୟ ରାଜାମାନଙ୍କ ସମୟରେ ଏହି ବାଣୀ ଆସିଥିଲା। ଏମାନେ ସବୁ ଯିହୁଦାର ରାଜା ଥିଲେ ଓ ମୀଖା ଥିଲେ ମୋରେଷ୍ଟୀୟ। ସେ ଶମରିୟା ଓ ଯିରୁଶାଲମ ବିଷୟରେ ଏହି ଦର୍ଶନ ଲାଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯିହୁଦା ଦେଶୀୟ ଯୋଥମ୍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।

Gade chapit la Kopi




ମୀଖା 1:1
27 Referans Kwoze  

“ଯିହୁଦାର ରାଜା ହିଜକିୟଙ୍କ ସମୟରେ ମୋରେଷ୍ଟୀୟର ମୀଖା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସିୟୋନ କ୍ଷେତ୍ର ତୁଲ୍ୟ ଗ୍ଭଷ କରାଯିବ ଓ ଯିରୁଶାଲମ ଢିପ ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’


ଆମୋସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦେଖାଇଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିୟଙ୍କ ରାଜତ୍ୱ କାଳରେ ଯିହୁଦାରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।


ବେରିଙ୍କ ପୁତ୍ର ହୋଶେୟଙ୍କ ନିକଟକୁ ସଦାପ୍ରଭୁଙ୍କ ଏହି ବାର୍ତ୍ତା ଆସିଲା। ଏହି ବାର୍ତ୍ତା ଯିହୁଦାର ରାଜା ଉଷିୟ, ଯୋଥମ୍, ଆହସ ଓ ହିଜକିୟଙ୍କ ରାଜତ୍ୱ କାଳରେ ଓ ଇସ୍ରାଏଲର ରାଜା ଯୋୟାସଙ୍କ ପୁତ୍ର ଯାରବିୟାମଙ୍କ ସମୟରେ ଆସିଥିଲା।


ଆମୋଷଙ୍କ ବାର୍ତ୍ତା: ତକୋୟ ନଗରର ମେଷପାଳକମାନଙ୍କ ମଧ୍ୟରୁ ଆମୋଷ ଥିଲେ ଅନ୍ୟତମ। ଯେତେବେଳେ ଯିହୁଦାର ରାଜା ଉଷିୟ ଥିଲେ, ଯୋୟାଶଙ୍କ ପୁତ୍ର ଯାରବିୟାମ୍ ଇସ୍ରାଏଲର ରାଜା ଥିଲେ। ସେହି ସମୟରେ ଆମୋଷଙ୍କର ଇସ୍ରାଏଲ ବିଷୟରେ ଏକ ଦର୍ଶନ ଥିଲା। ଏହା ଥିଲା ଭୂମିକମ୍ପ ଦୁଇ ବର୍ଷର ପୂର୍ବ ଘଟଣା।


କାରଣ ଯାକୁବ ଓ ଇସ୍ରାଏଲ ବଂଶର ପାପ ଯୋଗୁଁ ଏହା ଘଟିଅଛି। ଶମରିୟା ଯାକୁବର ପାପର କାରଣ ଥିଲା। ଯିହୁଦାର ଉଚ୍ଚସ୍ଥଳୀ ଯିରୁଶାଲମ ଥିଲା।


ହେ ସିୟୋନର ଲୋକମାନେ, ଯେଉଁମାନେ ତୁମ୍ଭର ଦୁଃଖ ନାହିଁ ବୋଲି କହୁଛ ଏବଂ ଶମରିୟା ପର୍ବତ ଉପରେ ଥିବା ନିବାସୀ ଯେଉଁମାନେ ନିଜକୁ ନିରାପଦ ମନେ କରୁଛ, ତୁମ୍ଭମାନଙ୍କ ପାଇଁ ଏହା ଅତି ମନ୍ଦ ହେବ। ତୁମ୍ଭେମାନେ ମହାନ ଦେଶର ପ୍ରଧାନଗଣ। “ଇସ୍ରାଏଲର ଗୃହ” ତୁମ୍ଭମାନଙ୍କର ଉପଦେଶ ପାଇଁ ତୁମ୍ଭମାନଙ୍କ ପାଖକୁ ଆସୁଛି।


ଇସ୍ରାଏଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ। ବର୍ତ୍ତମାନ ଯିହୁଦା ସୁଦୃଢ଼ ଦୁର୍ଗ ନିର୍ମାଣ କରିବ ଯାହାକୁ ଆମ୍ଭେ ଅଗ୍ନି ପଠାଇ ସେହି ସୁଦୃଢ଼ ଦୁର୍ଗକୁ ପୋଡ଼ି ଧ୍ୱଂସ କରିବା।”


“ଇସ୍ରାଏଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ଯ୍ୟ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗି‌‌ଲ୍‌‌‌‌ଗଲ୍ କି ବୈଥ୍-ଆବନକୁ ଯାଅ ନାହିଁ। ସଦାପ୍ରଭୁଙ୍କ ନାମରେ ଶପଥ କର ନାହିଁ। ‘ଯେହେତୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।’


ଶମରିୟା ଯେତେବେଳେ ଇଫ୍ରୟିମର ରାଜଧାନୀ ଓ ରମଲିୟର ପୁତ୍ର ଶମରିୟାର ରାଜା ସେତେବେଳେ ସେମାନଙ୍କର କୁମନ୍ତ୍ରଣା ସଫଳ ହେବ ନାହିଁ। ତୁମ୍ଭେ ଯଦି ଦୃଢ଼ ଭାବରେ ରହିପାରିବ ନାହିଁ, ତୁମ୍ଭେ ଅଗ୍ରସର ହୋଇ ପାରିବ ନାହିଁ।”


ଏହି ବାର୍ତ୍ତାଟି ଭବିଷ୍ୟ‌ଦ୍‌ବକ୍ତା ହବ‌କ୍‌କୂକକୁ ପ୍ରଦାନ କରାଯାଇଥିଲା। ହବ‌କ୍‌କୂକଙ୍କର ପରମେଶ୍ୱରଙ୍କଠାରେ ଅଭିଯୋଗ


କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।


ପୁଣି ସଦାପ୍ରଭୁ ଅସରିୟଙ୍କୁ ମରଣ ପର୍ଯ୍ୟନ୍ତ କୁଷ୍ଠୀ କରିଦେଲେ ଓ ସେ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।


ଇସ୍ରାଏଲର ରାଜା ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ।


ଇସ୍ରାଏଲରେ ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଯୋଥମଙ୍କ ପୁତ୍ର ଆହସ ଯିହୁଦାରେ ରାଜା ହେଲେ।


ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର, ହୋଶେୟଙ୍କ ରାଜତ୍ୱର ତୃତୀୟ ବର୍ଷରେ ଆହସଙ୍କ ପୁତ୍ର ହିଜକିୟ ଯିହୁଦାରେ ରାଜ୍ୟ ଶାସନ କରିବାକୁ ଆରମ୍ଭ କଲେ।


ଆହସ୍ ରାଜା ହେବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଷୋହଳ ବର୍ଷ ରାଜତ୍ୱ କଲେ। ଆହସ୍ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ ଜୀବନଯାପନକ କରୁ ନ ଥିଲେ। ଆହସ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ।


ହିଜକିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଜିଖରିୟଙ୍କ କନ୍ୟା ଥିଲେ।


ଯୋଥମଙ୍କ ପୁତ୍ର ଆହସ, ଉଷିୟଙ୍କ ପୁତ୍ର ଯୋଥମ୍, ଅରାମର ରାଜା ରତ୍ସୀନ ଓ ପେକହ ଇସ୍ରାଏଲର ରାଜା ରମଲିୟଙ୍କର ପୁତ୍ର ଥିଲେ। ଯିହୁଦାରେ ଆହସ ରାଜତ୍ୱ କରୁଥିବା ସମୟରେ ରତ୍ସୀନ ଓ ପେକହ ତାଙ୍କ ସହିତ ସଂଗ୍ରାମ କରିବାକୁ ଯିରୁଶାଲମକୁ ଯାଇଥିଲେ। ମାତ୍ର ସେମାନେ ସେହି ନଗରୀକୁ ପରାସ୍ତ କରି ପାରିଲେ ନାହିଁ।


ହେ ଯାକୁବର ବୃଦ୍ଧଗଣ ଓ ଇସ୍ରାଏଲର ଶାସକଗଣ ମୋ’ କଥା ଶୁଣ! ତୁମ୍ଭେମାନେ ନ୍ୟାୟ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ୟାୟ ଓ ଯଥାର୍ଥ ତୁମ୍ଭେମାନେ ସେ ସମସ୍ତକୁ ମିଥ୍ୟା କରୁଛ।


ହେ ସ୍ୱର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ! ସଦାପ୍ରଭୁ କହିଛନ୍ତି, “ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।


Swiv nou:

Piblisite


Piblisite