Biblia Todo Logo
Bib sou entènèt

- Piblisite -




ମୀଖା 1:14 - ପବିତ୍ର ବାଇବଲ

14 ତେଣୁ ତୁମ୍ଭେ ଗା‌‌‌ଥ୍‌‌‌ରେ ମୋରେଷ‌‌‌‌ତ୍‌‌‌‌କୁ ବିଦାୟକାଳୀନ ଦାନ ଦେବ। ଅ‌କ୍‌ଷୀବର ଗୃହଗୁଡ଼ିକ ଇସ୍ରାଏଲର ରାଜାମାନଙ୍କ ପ୍ରତି ପ୍ରବଞ୍ଚନା ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ; ଅକ୍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

14 ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;

Gade chapit la Kopi




ମୀଖା 1:14
10 Referans Kwoze  

କିୟୀଲା, ଅ‌କ୍‌ଷୀବ, ମାରେଶା ଗ୍ରାମ ସମେତ ଏହିପରି ନଅ ଗୋଟି ନଗର ଥିଲା।


ଆଉ ମଧ୍ୟ ଆହସ୍ ସଦାପ୍ରଭୁଙ୍କ ମନ୍ଦିରରେ ଓ ରାଜଗୃହର ଭଣ୍ତାରରେ ଥିବା ସୁବର୍ଣ୍ଣ ଓ ରୌପ୍ୟ ନେଲେ ଓ ଅଶୂରର ରାଜା ନିକଟକୁ ଉପହାର ସ୍ୱରୂପ ପଠାଇଲେ।


ମୋର ବେଦନା ଚିରନ୍ତନ, ମୋର କ୍ଷତ ଦୁରାରୋଗ୍ୟ। ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଅତ୍ୟନ୍ତ ପ୍ରବଞ୍ଚନା କରିଅଛ। ତେଣୁ ତୁମ୍ଭେ ଶୁଷ୍କ ଅସ୍ଥାୟୀ ନଦୀ ତୁଲ୍ୟ ହୋଇଅଛ।


ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉ‌ଡ୍‌ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।


ପ୍ରକୃତରେ, ଲୋକମାନେ ସାହାଯ୍ୟ କରି ପାରିବେ ନାହିଁ। ତୁମ୍ଭେ ସେମାନଙ୍କ ଉପରେ ଭରସା କରି ପାରିବ ନାହିଁ। ଯେତେବେଳେ ସେମାନେ ନିକିତିରେ ଓଜନ ହୁଅନ୍ତି, ସେମାନଙ୍କ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।


ଦାଉଦ ମଧ୍ୟ ମୋୟାବକୁ ପରାସ୍ତ କଲେ। ସେ ସେମାନଙ୍କୁ ଭୂମିରେ ପଡ଼ି ରହିବା ପାଇଁ ବାଧ୍ୟ କଲେ, ସେ ସେମାନଙ୍କୁ ଏକ ଦଉଡ଼ି ଦ୍ୱାରା ଦୁଇ ଦଳରେ ବିଭକ୍ତ କଲେ। ଦୁଇ ଧାଡ଼ିର ପୁରୁଷ ଲୋକମାନଙ୍କୁ ହତ୍ୟା କରାଗଲା, କିନ୍ତୁ ତୃତୀୟ ଧାଡ଼ିଟିକୁ ଜୀବନ୍ତ ଛାଡ଼ି ଦିଆଗଲା। ତା'ପରେ ମୋୟାବୀୟମାନେ ଦାଉଦଙ୍କର ସେବକ ହେଲେ ଓ ତାକୁ କର ଦେଲେ।


Swiv nou:

Piblisite


Piblisite