ମୀଖା 1:5 - ପବିତ୍ର ବାଇବଲ5 କାରଣ ଯାକୁବ ଓ ଇସ୍ରାଏଲ ବଂଶର ପାପ ଯୋଗୁଁ ଏହା ଘଟିଅଛି। ଶମରିୟା ଯାକୁବର ପାପର କାରଣ ଥିଲା। ଯିହୁଦାର ଉଚ୍ଚସ୍ଥଳୀ ଯିରୁଶାଲମ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ-ବଂଶର ପାପ ସକାଶୁ ଏସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ? ସେସବୁ କି ଯିରୂଶାଲମ ନୁହେଁ? Gade chapit laଓଡିଆ ବାଇବେଲ5 କାରଣ ଯାକୁବର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞା-ଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ? Gade chapit la |
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
ଯୋଶିୟ ପରମେଶ୍ୱରଙ୍କର ଇଚ୍ଛା ଅନୁସରଣ କରିବାକୁ ଲାଗିଲେ, ଯାହାଙ୍କୁ ତାଙ୍କର ପୂର୍ବପୁରୁଷ ଦାଉଦ ତାଙ୍କ ରାଜତ୍ୱର ଅଷ୍ଟମ ବର୍ଷରେ ଅନୁସରଣ କରିଥିଲେ। ଯୋଶିୟ ପରମେଶ୍ୱରଙ୍କୁ ଅନୁସରଣ କରିବାକୁ ଆରମ୍ଭ କରିବା ସମୟରେ ସେ ଅଳ୍ପ ବୟସ୍କ ଥିଲେ। ଯୋଶିୟଙ୍କ ରାଜତ୍ୱର ଦ୍ୱାଦଶ ବର୍ଷରେ ସେ ଯିହୁଦା ଓ ଯିରୁଶାଲମରେ ଥିବା ଉଚ୍ଚସ୍ଥାନ, ଆଶେରା ସ୍ତମ୍ଭ, ଖୋଦିତ ପ୍ରତିମା ଓ ଢାଞ୍ଚାରେ ଢଳା ମୂର୍ତ୍ତିସବୁକୁ ବିନଷ୍ଟ କଲେ।
ଲୋକମାନେ ବାଲ୍ଦେବତାର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ସେମାନେ ଯୋଶିୟଙ୍କ ଉପସ୍ଥିତିରେ ଏହା କଲେ। ଏହା ପରେ ଯୋଶିୟ ଲୋକମାନଙ୍କ ସମ୍ମୁଖରେ ଦଣ୍ଡାୟମାନ ଉଚ୍ଚ ସୁଗନ୍ଧିଧୂପର ଯଜ୍ଞବେଦି ଭାଙ୍ଗି ପକାଇଲେ। ସେ ଖୋଦିତ ମୂର୍ତ୍ତିସବୁ ଓ ଛାଞ୍ଚରେ ଢଳା ମୂର୍ତ୍ତିସବୁ ଭାଙ୍ଗି ପକାଇଲେ। ସେ ସେହି ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳିରେ ପରିଣତ କରିଦେଲେ। ଏହା ପରେ ଯେଉଁ ଲୋକମାନେ ମୂର୍ତ୍ତିଗୁଡ଼ିକ ସମ୍ମୁଖରେ ବଳି ଉତ୍ସର୍ଗ କରିଥିଲେ, ଯୋଶିୟ ସେମାନଙ୍କ କବର ଉପରେ ସେହି ଗୁଣ୍ଡକୁ ସିଞ୍ଚିଲେ।