ମୀଖା 3:5 - ପବିତ୍ର ବାଇବଲ5 କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: ଯିହି. ୧୩:୧୦,୧୯ Gade chapit laଓଡିଆ ବାଇବେଲ5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: Gade chapit la |
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”
“ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ୟା ଅଲୌକିକ ଶକ୍ତି ଘୋଷଣା କରନ୍ତି, ମୋର ହସ୍ତ ସେମାନଙ୍କ ବିରୁଦ୍ଧରେ ଯିବ, ସେମାନେ ମୋ’ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ। ଇସ୍ରାଏଲର ପରିବାର ତାଲିକାରେ ସେମାନଙ୍କର ନାମଗୁଡ଼ିକ ତାଲିକାଭୁକ୍ତ ହେବ ନାହିଁ। ଏବଂ ଇସ୍ରାଏଲ ଦେଶରେ ସେମାନେ ପ୍ରବେଶ କରିବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।