ମୀଖା 5:7 - ପବିତ୍ର ବାଇବଲ7 କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧ୍ୟରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହେବେ, ଏବଂ କେବେ ମନୁଷ୍ୟମାନଙ୍କ ଉପରେ ନିର୍ଭରଶୀଳ ହେବେ ନାହିଁ। ଆଉ ମଧ୍ୟ ସେମାନେ ତୃଣ ଉପରେ ବୃଷ୍ଟି ସଦୃଶ ହେବେ ଏବଂ ମନୁଷ୍ୟମାନଙ୍କ ଉପରେ ଭରସା ରଖିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ଵ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ମୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଟୀ ମଧ୍ୟରେ ରହିବେ। Gade chapit laଓଡିଆ ବାଇବେଲ7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ। Gade chapit la |
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”