ମୀଖା 6:16 - ପବିତ୍ର ବାଇବଲ16 କାହିଁକି ଏସବୁ ଘଟିବ? କାରଣ ତୁମ୍ଭେ ଅମ୍ରିଙ୍କ ବ୍ୟବସ୍ଥା ପାଳନ କରୁଛ ଏବଂ ଆହାବ ବଂଶର ପାଳିତ ସମସ୍ତ ଅବିଧିକୁ ଅନୁସରଣ କରୁଛ। ଯେହେତୁ ସେମାନଙ୍କ ପରାମର୍ଶ ଗ୍ରହଣ କରିଛ, ତେଣୁ ଆମ୍ଭେ ତୁମ୍ଭକୁ ବିନାଶ କରିବା। ଯେତେବେଳେ ସେମାନେ ତୁମ୍ଭର ବିଧ୍ୱସ୍ତ ନଗର ଦେଖିବେ ସେମାନେ ବିସ୍ମୟରେ ସିଟି ବଜାଇବେ। ଅନ୍ୟ ଗୋଷ୍ଠୀର ଲଜ୍ଜା ଅପମାନ ତୁମ୍ଭେ ବହନ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରା ଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶଦ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ। Gade chapit laଓଡିଆ ବାଇବେଲ16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।