Biblia Todo Logo
Bib sou entènèt

- Piblisite -




ମୀଖା 7:20 - ପବିତ୍ର ବାଇବଲ

20 ହେ ପରମେଶ୍ୱର, ଯାକୁବ ପ୍ରତି ସତ୍ୟ ଓ ଅବ୍ରହାମ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରଦାନ କଲ, ଯାହା ତୁମ୍ଭେ ବହୁବର୍ଷ ପୂର୍ବେ ଆମ୍ଭ ପୂର୍ବପୁରୁଷମାନଙ୍କଠାରେ ଶପଥ କରିଥିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପିତୃପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।

Gade chapit la Kopi

ଓଡିଆ ବାଇବେଲ

20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।

Gade chapit la Kopi




ମୀଖା 7:20
17 Referans Kwoze  

କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ୍ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ୱରୁ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ରକ୍ଷା କଲେ।


ସେହି ଦାସଜଣକ କହିଲେ, “ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହୁଅନ୍ତୁ। ଯେହେତୁ ସଦାପ୍ରଭୁ ମୋର କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି। ସଦାପ୍ରଭୁ ମୋ’ କର୍ତ୍ତାଙ୍କର ସମ୍ପର୍କୀୟଙ୍କ ଗୃହକୁ କଢ଼ାଇ ନେଲେ।”


ତୁମ୍ଭେ ମୋତେ ଦୟା ଦେଖାଇ ଆସିଅଛ। ତୁମ୍ଭେ ମୋର ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷୟ ପାଇଁ ଯୋଗ୍ୟ ନୁହେଁ। ମୁଁ ଯେତେବେଳେ ପ୍ରଥମ ଥର ଯର୍ଦ୍ଦନ ନଦୀ ପାରି ହେଲି, କେବଳ ଏ ବାଡ଼ି ଛଡ଼ା ମୋର କିଛି ନ ଥିଲା। କିନ୍ତୁ ବର୍ତ୍ତମାନ ମୋର ପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହୋଇପାରେ।


“ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟସକଳ ଶାସନ ଶୁଣି, ମାନ ଓ ପାଳନ କର, ତେବେ ସଦାପ୍ରଭୁ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ରକ୍ଷା କରିବେ।


“‘ମାତ୍ର ଆମ୍ଭେ ସେମାନଙ୍କୁ କ୍ଷମା କରି ଆରୋଗ୍ୟ କରିବା। ସେମାନେ ଚିରନ୍ତନ ଐଶ୍ୱର୍ଯ୍ୟ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ।


Swiv nou:

Piblisite


Piblisite