Biblia Todo Logo
Bib sou entènèt

- Piblisite -




ମୀଖା 7:9 - ପବିତ୍ର ବାଇବଲ

9 ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପାପ କରିଥିଲି, ତେଣୁ ସଦାପ୍ରଭୁ ମୋ’ ଉପରେ କ୍ରୋଧାନ୍ୱିତ ହୋଇଥିଲେ। ମାତ୍ର ସେ ମୋ’ ପାଇଁ ଯୁକ୍ତି ବାଢ଼ିବେ ଏବଂ ମୋ’ ପାଇଁ ନ୍ୟାୟ ବିଗ୍ଭର କରିବେ। ସେ ମୋତେ ଆଲୋକକୁ ଆଣିବେ ଓ ମୁଁ ତାଙ୍କର ଧାର୍ମିକତା ଦେଖିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।

Gade chapit la Kopi

ଓଡିଆ ବାଇବେଲ

9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋ’ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।

Gade chapit la Kopi




ମୀଖା 7:9
36 Referans Kwoze  

ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।


ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।


ସଦାପ୍ରଭୁ ବିଗ୍ଭରକର୍ତ୍ତା ହୁଅନ୍ତୁ। ତୁମ୍ଭ ଓ ମୋ’ ଭିତରେ ସେ ବିଗ୍ଭର କରନ୍ତୁ। ସଦପ୍ରଭୁ ମୋର ପକ୍ଷରେ ବିଗ୍ଭର କରନ୍ତୁ ଏବଂ ପ୍ରମାଣ କରନ୍ତୁ ଯେ ମୁଁ ଠିକ୍ ଅଛି। ସଦାପ୍ରଭୁ ମୋତେ ତୁମ୍ଭଠାରୁ ରକ୍ଷା କରନ୍ତୁ।”


ଏବେ ବିଜୟ ମୁକୁଟ ମୋ’ ଅପେକ୍ଷାରେ ଅଛି। ପରମେଶ୍ୱରଙ୍କ ସହିତ ଧାର୍ମିକ ହୋଇଥିବାରୁ ମୁଁ ସେହି ମୁକୁଟଟି ପାଇବି। ପ୍ରଭୁ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି। ସେହି ମହାଦିନରେ ସେ ମୋତେ ବିଜୟ ମୁକୁଟ ପିନ୍ଧାଇବେ। କେବଳ ମୋତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।


ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।


ହେ ସ୍ୱର୍ଗ! ହେ ପରମେଶ୍ୱରଙ୍କର ପବିତ୍ର ଲୋକମାନେ, ଭବିଷ୍ୟ‌‌ଦ୍‌‌‌‌ବକ୍ତାଗଣ ଏବଂ ପ୍ରେରିତଗଣ! ମହାନଗରୀର ଧ୍ୱଂସରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦେଇଛି, ସେଥିପାଇଁ ପରମେଶ୍ୱର ତାହାକୁ ଦଣ୍ଡ ଦେଇଛନ୍ତି।’”


ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।”


ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ। ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ। ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।


ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର। ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।


ପରମେଶ୍ୱର ମୋତେ ଜାଣନ୍ତି। ସେ ମୋତେ ପରୀକ୍ଷା କରୁଛନ୍ତି, ଶେଷରେ ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।


ପୁଣି ଦାଉଦ ସେହି ସଂହାରକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି। ମାତ୍ର ଏହି ମେଷଗଣ କ’ଣ କଲେ? ବିନୟ କରୁଅଛି ତୁମ୍ଭ ହସ୍ତ ମୋ’ ପ୍ରତିକୂଳରେ ଓ ମୋ’ ପିତୃଗୃହର ପ୍ରତିକୂଳରେ ହେଉ।”


ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କୁ ଦଣ୍ତ ଦେବେ। ଶାଉଲ ସାଧାରଣ ମୃତ୍ୟୁବରଣ କରି ପାରନ୍ତି କିମ୍ବା ସେ ଯୁଦ୍ଧକୁ ଯାଇ ମରିବେ।


ଦାଉଦ ଶୁଣିଲେ ଯେ ନାବଲ ମୃତ୍ୟୁବରଣ କରିଛି। ଦାଉଦ କହିଲେ, “ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମୋ’ ବିଷୟରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ। ସଦାପ୍ରଭୁ ମୋତେ ମନ୍ଦକାର୍ଯ୍ୟ କରିବାରୁ କ୍ଷାନ୍ତ କଲେ। ସଦାପ୍ରଭୁ ତା'ର ମୃତ୍ୟୁର କାରଣ ହେଲେ, କାରଣ ସେ କୁକର୍ମ କରିଥିଲା।” ତା'ପରେ ଦାଉଦ ଅବୀଗଲକୁ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହେବା ପାଇଁ ତାଙ୍କୁ ପଗ୍ଭରିଲେ।


ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାହାଙ୍କୁ ସବୁକଥା ଜଣାଇଲେ। ତା'ପରେ ଏଲି କହିଲେ, “ସେ ସଦାପ୍ରଭୁ, ଯାହା ସଦାପ୍ରଭୁ ଭାବନ୍ତି ତାହା ଯଥାର୍ଥ, ତାହା ସେ କରନ୍ତୁ।”


ଆଉ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁ ଆମ୍ଭେ ମଧ୍ୟ ସେମାନଙ୍କର ପ୍ରତିକୂଳାଚରଣ କଲୁ। ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶରୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ। ତହିଁରେ ଯେବେ ସେମାନଙ୍କ ହୃଦୟ ନମ୍ର ହେବ ଓ ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ।


ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ ଓ ମୋର ଦୁଃଖ ଦେଖ। ମୋର ଯୁବକ, ଯୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।


ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।


ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର। ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।


ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାରରେ ସଢୁଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାରକୁ ଆଣିବ।


ତା'ପରେ ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବୁ ଓ ଯେଉଁ ପଥ ସେମାନେ ଜାଣନ୍ତି ନାହିଁ, ସେହି ପଥରେ ସେମାନଙ୍କୁ କଢ଼ାଇ ନେବୁ। ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖରେ ପରିଣତ କରିବୁ। ଏହିସବୁ କାର୍ଯ୍ୟ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ୟାଗ କରିବୁ ନାହିଁ।


ସଦାପ୍ରଭୁ ଏହିସବୁ କହିଛନ୍ତି, “ତୁମ୍ଭେମାନେ ନ୍ୟାୟ ପଥ ଏବଂ ତୁମ୍ଭର କର୍ତ୍ତବ୍ୟକୁ ଧର୍ମାନୁସାରେ ଅନୁସରଣ କର। କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସଙ୍କଟ ଜନକ।


ହାୟ, ମୁଁ ଯିରିମିୟ ଅତ୍ୟନ୍ତ କ୍ଷତ ଓ ବେଦନାଗ୍ରସ୍ତ ତଥାପି ମୁଁ କହିଲି, “ଏହା ମୋହର ବେଦନା ଓ ମୋତେ ଏହା ସହିବାକୁ ହେବ।”


ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି। ଆସ, ଆମ୍ଭେମାନେ ସିୟୋନରେ କହିବା, ସଦାପ୍ରଭୁ ଯାହା କରିଛନ୍ତି।


ଏପରି କମ୍ ଭାବରେ ତୁମ୍ଭେ ଯେତେବେଳେ କୁହ ତୁମ୍ଭେ ତାଙ୍କୁ ପାଇପାରିବ ନାହିଁ, ସେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭର ମାମଲା ତାଙ୍କଠାରେ ପଡ଼ିଛି ଏବଂ ତୁମ୍ଭେ ନିଶ୍ଚିତ ତାଙ୍କ ପାଇଁ ଅପେକ୍ଷା କରିବ।


ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ।


“ହେ ସଦାପ୍ରଭୁ, ଆମ୍ଭେମାନେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭେମାନେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାଶେ କାର୍ଯ୍ୟ କର ଓ ଆମ୍ଭମାନଙ୍କୁ ସାହାଯ୍ୟ କର। କାରଣ ଆମ୍ଭେମାନେ ବହୁବାର ତୁମ୍ଭକୁ ପରିତ୍ୟାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


Swiv nou:

Piblisite


Piblisite