Biblia Todo Logo
Bib sou entènèt

- Piblisite -




ମାର୍କ 1:20 - ପବିତ୍ର ବାଇବଲ

20 ସେହି ଦୁଇ ଭାଇଙ୍କ ସହ, ଡଙ୍ଗାରେ ସେମାନଙ୍କ ବାପା ଜେବଦୀ ଓ ଅନ୍ୟ ସାହାଯ୍ୟକାରୀ ଶ୍ରମିକମାନେ ଥିଲେ। ସେହି ଦୁଇ ଭାଇଙ୍କୁ ଦେଖିବା ମାତ୍ରେ ଯୀଶୁ ସେମାନଙ୍କୁ ଆସିବାକୁ ଅନୁରୋଧ କଲେ। ସେମାନେ ସେମାନଙ୍କର ବାପା ଓ ଶ୍ରମିକମାନଙ୍କୁ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

20 ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଯୀଶୁ ସେମାନଙ୍କୁ ଦେଖିବା ମାତ୍ରେ ପାଖକୁ ଡ଼ାକିଲେ। ନୌକାରେ ଚାକରମାନଙ୍କ ସହିତ ସେମାନଙ୍କ ପିତା ଜେବଦୀଙ୍କୁ ଛାଡ଼ିଦେଇ ସେମାନେ ଯୀଶୁଙ୍କ ପଛରେ ଚାଲିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କୁ ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ।

Gade chapit la Kopi




ମାର୍କ 1:20
11 Referans Kwoze  

“ଯଦି ଜଣେ ଲୋକ ମୋ’ ପାଖକୁ ଆସେ, କିନ୍ତୁ ଯଦି ମୋ’ ଅପେକ୍ଷା ତା’ ବାପାମା, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। ଜଣେ ଲୋକକୁ ତା’ ନିଜ ଅପେକ୍ଷା ମୋତେ ଅଧିକ ଭଲ ପାଇବାକୁ ହେବ।


ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ଘରଦ୍ୱାର, ଭାଇ ଭଉଣୀ, ବାପା-ମା, ପିଲାଛୁଆ ଓ ଜମିବାଡ଼ି ଛାଡ଼ି ଦେଇ ପାରିଛି,


“ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ।


ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ୟ ଜାଗତିକ ଦୃଷ୍ଟିରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସେହିପରି ଭାବୁନାହୁଁ।


ତହିଁରେ ଇଲୀଶାୟ ବଳଦ ଛାଡ଼ି ଏଲିୟଙ୍କ ପଛେ ପଛେ ଦୌଡ଼ି କହିଲେ, “ମୁଁ ତୁମ୍ଭଙ୍କୁ ବିନୟ କରୁଛି, ମୋ’ ପିତାମାତାଙ୍କୁ ଚୁମ୍ବନ କରିବାକୁ ମୋତେ ଅନୁମତି ଦିଅନ୍ତୁ। ତା'ପରେ ମୁଁ ବିଦାୟ ନେଇ ତୁମ୍ଭ ପଛେ ପଛେ ଯିବି।” ଏଲିୟ ଉତ୍ତର କଲେ, “ତାହା ଉତ୍ତମ କଥା, ଯାଅ, ମୁଁ ତୁମ୍ଭକୁ ଅଟକାଉ ନାହିଁ।”


ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲେ, ଆମ୍ଭେ ତାହାକୁ ଦେଖି ନାହୁଁ, ସେ ଆପଣା ଭାଇମାନଙ୍କୁ ମଧ୍ୟ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲେ ନାହିଁ। କିନ୍ତୁ ସେମାନେ ତୁମ୍ଭର ବାକ୍ୟ ମାନି ଅଛନ୍ତି। ତୁମ୍ଭର ନିୟମ ରକ୍ଷା କରିଛନ୍ତି।


ଯୀଶୁ ଗାଲିଲୀ ହ୍ରଦ କୂଳରେ ଗ୍ଭଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନୌକାରେ ବସି ମାଛ ଧରିବା ପାଇଁ ଜାଲ ସଜାଡ଼ୁଥିଲେ।


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।


ତା'ପରେ ସେମାନେ ସେମାନଙ୍କର ଡଙ୍ଗାଗୁଡ଼ିକୁ କୂଳକୁ ଆଣିଲେ। ସେମାନେ ସବୁକିଛି ତ୍ୟାଗ କରିଦେଇ ଯୀଶୁଙ୍କ ଅନୁଗମନ କଲେ।


Swiv nou:

Piblisite


Piblisite