Biblia Todo Logo
Bib sou entènèt

- Piblisite -




ମାର୍କ 1:21 - ପବିତ୍ର ବାଇବଲ

21 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ଯୀଶୁ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯୀଶୁ ଓ ତାଙ୍କ ଶିଷ୍ୟମାନେ କପର୍ନାହୂମ ସହରକୁ ଗଲେ ଏବଂ ପରବର୍ତ୍ତୀ ଦିନ ଯୀଶୁ ସମାଜ ଗୃହକୁ ଯାଇ ଶିକ୍ଷା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi




ମାର୍କ 1:21
18 Referans Kwoze  

ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?


ଏହିଭଳି ଭାବରେ ସେ ସମାଜଗୃହମାନଙ୍କରେ ଉପଦେଶ ଦେଇ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡ଼ି ଗାଲିଲୀ ସାରା ବୁଲିଲେ।


ଯୀଶୁ ଯିହୂଦୀ ସମାଜଗୃହମାନଙ୍କରେ ସ୍ୱର୍ଗରାଜ୍ୟରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡ଼ା ଦୂର କରି ସମଗ୍ର ଗାଲିଲୀ ରାଜ୍ୟରେ ଭ୍ରମଣ କଲେ।


ପାଉଲ ସେମାନଙ୍କ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ଯ୍ୟନ୍ତ ସେମାନଙ୍କ ସହିତ ଶାସ୍ତ୍ର ଆଲୋଚନା କଲେ।


ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହରେ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନଙ୍କ ସହିତ ଚର୍ଚ୍ଚା କରୁଥିଲେ ଓ ଉପଦେଶ ଦ୍ୱାରା ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ।


ଯୀଶୁ କିନ୍ତୁ ନାଜରିତରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳରେ କଫର୍ନାହୂମ ସହରରେ ବାସ କଲେ, କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳରେ ଅବସ୍ଥିତ।


ଥରେ ଯୀଶୁ ବିଶ୍ରାମବାରରେ ଗୋଟିଏ ଯିହୂଦୀ ସମାଜଗୃହରେ ଉପଦେଶ ଦେଉଥିଲେ।


ଏବଂ ହେ କଫର୍ନାହୂମ! ତୁମ୍ଭକୁ କ’ଣ ସ୍ୱର୍ଗ ଯେତେ ଉଚ୍ଚ, ସେତେ ଉଚ୍ଚକୁ ଉଠାଯିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସେହିପରି ନୀଚ୍ଚ ସ୍ଥାନକୁ ଅଣାଯିବ।


ତା'ପରେ ସେ ନାଜରିତକୁ ଆସିଲେ। ନାଜରିତରେ ସେ ପ୍ରତିପାଳିତ ହୋଇଥିଲେ। ସବୁଥର ଭଳି ସେ ବିଶ୍ରାମ ଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ।


ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ିଦେଲେ। ସେ ଯିହୂଦା ଅଞ୍ଚଳ ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖରେ ଜମା ହୋଇଗଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।


କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫେରି ଆସିଲେ। ଯୀଶୁ ଘରକୁ ଫେରି ଆସିଛନ୍ତି ବୋଲି ଖବର ବ୍ୟାପିଗଲା।


ସେହି ଦୁଇ ଭାଇଙ୍କ ସହ, ଡଙ୍ଗାରେ ସେମାନଙ୍କ ବାପା ଜେବଦୀ ଓ ଅନ୍ୟ ସାହାଯ୍ୟକାରୀ ଶ୍ରମିକମାନେ ଥିଲେ। ସେହି ଦୁଇ ଭାଇଙ୍କୁ ଦେଖିବା ମାତ୍ରେ ଯୀଶୁ ସେମାନଙ୍କୁ ଆସିବାକୁ ଅନୁରୋଧ କଲେ। ସେମାନେ ସେମାନଙ୍କର ବାପା ଓ ଶ୍ରମିକମାନଙ୍କୁ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।


ତା'ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମୋନ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ।


ସହରର ସବୁ ଲୋକେ ସେହି ଘରର ଦୁଆରରେ ଜମା ହୋଇଗଲେ।


ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା।


ଯୀଶୁ ସେମାନଙ୍କୁ କହିଲେ, “ମୁଁ ଜାଣିଛି ଯେ, ତୁମ୍ଭେମାନେ ମୋତେ ସେହି ପୁରୁଣା ଉକ୍ତିଟି କହିବ, ‘ଆରେ ବଇଦ, ଆଗ ନିଜକୁ ଭଲ କର।’ ତୁମ୍ଭେ କହିବିକୁ ଗ୍ଭହୁଁଛ, କଫର୍ନାହୂମରେ ତୁମ୍ଭେ ଯାହାସବୁ କରୁଛ ବୋଲି ଆମ୍ଭେମାନେ ଶୁଣିଛୁ, ସେହିସବୁ ଏବେ ନିଜ ପୈତୃକ ନଗରରେ ମଧ୍ୟ କର।”


Swiv nou:

Piblisite


Piblisite