Biblia Todo Logo
Bib sou entènèt

- Piblisite -




ମାର୍କ 10:19 - ପବିତ୍ର ବାଇବଲ

19 କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡ଼ିକ ଜାଣିଛ: ହତ୍ୟା କର ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଠକ ନାହିଁ, ଆପଣା ବାପା-ମାଙ୍କୁ ଆଦର କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।

Gade chapit la Kopi

ଓଡିଆ ବାଇବେଲ

19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତୁମେ ଶାସ୍ତ୍ରର ଆଜ୍ଞା ସବୁ ଜାଣିଛ - ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ ଚୋରି କର ନାହିଁ, ପ୍ରତାରଣା କର ନାହିଁ, ପିତାମାତାଙ୍କୁ ସମାଦର କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”

Gade chapit la Kopi




ମାର୍କ 10:19
16 Referans Kwoze  

ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।” ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।”


ପରମେଶ୍ୱର କହିଛନ୍ତି, “ବ୍ୟଭିଗ୍ଭରର ପାପ କର ନାହିଁ।” ସେହି ପରମେଶ୍ୱର ପୁନଃ କହିଛନ୍ତି, “ହତ୍ୟା କର ନାହିଁ।’’ ଅତଏବ, ତୁମ୍ଭେ ଯଦି ବ୍ୟଭିଗ୍ଭର ପାପ କରି ନାହଁ କିନ୍ତୁ ଜଣକୁ ହତ୍ୟା କରିଛ, ତା'ହେଲେ ପରମେଶ୍ୱରଙ୍କ ବ୍ୟବସ୍ଥା ଭାଙ୍ଗିବା ଦୋଷରେ ଦୋଷୀ ହେଲ।


ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ।’”


ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧରେ କୌଣସି ମନ୍ଦକାର୍ଯ୍ୟ କର ନାହିଁ ଓ ଏହି ବିଷୟରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସେମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ଆମ୍ଭେ ଏ ବିଷୟରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ।


ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।”


ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ?


ଏହାର କାରଣ ହେଲା, କୌଣସି ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ୟବସ୍ଥା କେବଳ ଆମ୍ଭର ପାପ ବିଷୟରେ ଆମ୍ଭକୁ ସାବଧାନ କରାଏ।


ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।


ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହୁଛ? କେବଳ ପରମେଶ୍ୱରଙ୍କ ଛଡ଼ା ଆଉ କେହିହେଲେ ଉତ୍ତମ ନୁହନ୍ତି।


Swiv nou:

Piblisite


Piblisite