Biblia Todo Logo
Bib sou entènèt

- Piblisite -




ମାର୍କ 12:12 - ପବିତ୍ର ବାଇବଲ

12 ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସେମାନଙ୍କ ଉଦ୍ଦେଶ୍ୟରେ ଥିଲା ବୋଲି ସେମାନେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସେମାନେ ଉପାୟ ଖୋଜି ବସିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

12 ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଇହୁଦୀମାନେ ଯୀଶୁଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କଲେ, କାରଣ ସେମାନେ ଜାଣି ପାରିଲେ, ସେମାନଙ୍କୁ ଲକ୍ଷ୍ୟ କରି ଯୀଶୁ ଏହି ଦୃଷ୍ଟାନ୍ତଟି କହୁଛନ୍ତି। କିନ୍ତୁ ଜନତାର ଭୟରେ ସେମାନେ ଯୀଶୁଙ୍କୁ ଛାଡ଼ି ଚାଲିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।

Gade chapit la Kopi




ମାର୍କ 12:12
13 Referans Kwoze  

ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ।


ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।


ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କେହି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତେବେଳେ ମଧ୍ୟ ତାହାଙ୍କୁ ହତ୍ୟା କରିବାର ଉଚିତ୍ ସମୟ ହୋଇ ନ ଥିଲା।


ଯିରୁଶାଲମରେ ବାସ କରୁଥିବା କେତେକ ଲୋକ କହିଲେ, “ଏହି ଲୋକକୁ ସେମାନେ ମାରିବା ପାଇଁ ଗ୍ଭହାନ୍ତି।


କିନ୍ତୁ ଯଦି ଆମ୍ଭେମାନେ କହିବା, ‘ଯୋହନଙ୍କ ବାପ୍ତିସ୍ମ ମନୁଷ୍ୟଠାରୁ ଆସିଥିଲା, ତେବେ ଲୋକମାନେ ଆମ୍ଭ ଉପରେ ରାଗିଯିବେ।” ସେମାନେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ୱାସ କରୁଥିଲେ ଯେ, ଯୋହନ ପ୍ରକୃତରେ ଜଣେ ଭବିଷ୍ୟ‌ଦ୍‌ବକ୍ତା।


ଏ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ତାହାଙ୍କୁ ଛାଡ଼ି ସେଠାରୁ ଗ୍ଭଲିଗଲେ।


ଧର୍ମଶାସ୍ତ୍ରୀ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସେମାନେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସେମାନଙ୍କ ଉଦ୍ଦେଶ୍ୟରେ କୁହାଯାଇଛି। ତେଣୁ ସେମାନେ ଯୀଶୁଙ୍କୁ ଠିକ୍ ସେତିକିବେଳେ ବନ୍ଦୀ କରିବାକୁ ଗ୍ଭହିଁଲେ। କିନ୍ତୁ ଲୋକମାନେ କାଳେ କ’ଣ କିଛି କରିପକାଇବେ, ସେଥିପାଇଁ ସେମାନେ ଡରୁଥିଲେ।


କିନ୍ତୁ ଆମ୍ଭେ ଯଦି କହିବା, ‘ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,’ ତେବେ ସବୁ ଲୋକ ଆମ୍ଭ ଉପରକୁ ଟେକା ପଥର ଫିଙ୍ଗି ଆମ୍ଭକୁ ଜୀବନରେ ମାରିଦେବେ। କାରଣ ସେମାନେ ଯୋହନଙ୍କୁ ଭବିଷ୍ୟ‌ଦ୍‌ବକ୍ତା ରୂପେ ବିଶ୍ୱାସ କରନ୍ତି।”


କିନ୍ତୁ ଆମ୍ଭେ ଯଦି କହିବା, ‘ଏହା ମନୁଷ୍ୟ ପାଖରୁ ଆସିଛି,’ ତେବେ ଏଠାରେ ଜମା ହୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭେମାନେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସେମାନେ ସମସ୍ତେ ଯୋହନଙ୍କୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ରୂପେ ବିଶ୍ୱାସ କରନ୍ତି।”


Swiv nou:

Piblisite


Piblisite