Biblia Todo Logo
Bib sou entènèt

- Piblisite -




ମାର୍କ 12:7 - ପବିତ୍ର ବାଇବଲ

7 “କିନ୍ତୁ କୃଷକମାନେ କୁହାକୁହି ହେଲେ, ‘ଏହି ଲୋକଟି ବଗିଗ୍ଭ ମାଲିକର ପୁଅ। ବଗିଗ୍ଭର ସେ ଉତ୍ତରାଧିକାରୀ। ଆମ୍ଭେମାନେ ତାକୁ ମାରିଦେଲେ ବଗିଗ୍ଭଟି ଆମ୍ଭର ହୋଇଯିବ’।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ।

Gade chapit la Kopi

ଓଡିଆ ବାଇବେଲ

7 ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କିନ୍ତୁ ସେହି ଚାଷୀମାନେ ପରସ୍ପରକୁ କହିଲେ, “ଏ ମାଲିକର ଉତ୍ତରାଧିକାରୀ। ଆସ ତାକୁ ମାରିଦେବା ତା’ହେଲେ ମାଲିକର ସମ୍ପତ୍ତି ଆମ ହାତକୁ ଆସିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ।

Gade chapit la Kopi




ମାର୍କ 12:7
18 Referans Kwoze  

ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ।


“ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମରେ ଶିକ୍ଷା ନ ଦେବା ପାଇଁ କଠୋର ଆଦେଶ ଦେଇଥିଲୁ କିନ୍ତୁ ତୁମ୍ଭେମାନେ ନିଜ ନିଜ ଶିକ୍ଷା ଦ୍ୱାରା ଯିରୁଶାଲମକୁ ପୂର୍ଣ୍ଣ କରି ଦେଇଛ। ତୁମ୍ଭେମାନେ ଏ ଲୋକର ମୃତ୍ୟୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦେବା ପାଇଁ ଗ୍ଭହୁଁଛ।”


ତୁମ୍ଭେମାନେ ସମସ୍ତେ ଏସବୁ ଦେଖିଛ ଓ ଏସବୁ ଯେ ନିରାଟ ସତ୍ୟ ତାହା ଜାଣିଛ। ଏହି ଯୀଶୁଙ୍କୁ ଈଶ୍ୱର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭେମାନେ ଦୁଷ୍ଟମାନଙ୍କ ସାହାଯ୍ୟରେ ତାହାଙ୍କୁ କ୍ରୁଶରେ ଚଢ଼ାଇ କଣ୍ଟା ବାଡ଼େଇ ହତ୍ୟା କରିଦେଲ।


ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସେମାନଙ୍କ ଉଦ୍ଦେଶ୍ୟରେ ଥିଲା ବୋଲି ସେମାନେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସେମାନେ ଉପାୟ ଖୋଜି ବସିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲେ।


ହେରୋଦ ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନେଇ ଦେଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇ ବର୍ଷ ତଳର କଥା ହୋଇଥିବାରୁ ସେ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ଓ ତା’ ଆଖପାଖ ଅଞ୍ଚଳର ଦୁଇ ବର୍ଷ ବା ତା'ଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ।


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


ଆସ ତାକୁ ହତ୍ୟାକରିବା ଏବଂ ଶୁଷ୍କ କୂଅରେ ପକାଇ ଦେବା। ଆମ୍ଭେ ଆମ୍ଭର ପିତାଙ୍କୁ କହିବା ଯେ ତାକୁ ଏକ ହିଂସ୍ର ଜନ୍ତୁ ଖାଇ ଗଲା। ତା'ପରେ ଦେଖିବା ତା'ର ସ୍ୱପ୍ନର କ’ଣ ହେବ।”


ମୁଁ ତୁମ୍ଭକୁ ନାରୀର ଶତ୍ରୁ କରିବି। ମୁଁ ତୁମ୍ଭର ପିଲାମାନଙ୍କୁ ଓ ତାହାର ପିଲାମାନଙ୍କ ମଧ୍ୟରେ ଶତ୍ରୁତା କରାଇବି। ତୁମ୍ଭେ ତା'ର ପିଲାର ଗୋଇଠିକୁ କାମୁଡ଼ିବ, କିନ୍ତୁ ସେ ତୁମ୍ଭର ମସ୍ତକକୁ ଆଘାତ କରି ଚୂର୍ଣ୍ଣ କରିବ।”


କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବେଳ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗତକ ଆଣିବା ପାଇଁ କେତେକ ଗ୍ଭକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।


“ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’


ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ।


କିନ୍ତୁ ଏହି ଶେଷ ସମୟରେ ପରମେଶ୍ୱର ଆପଣା ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ୱାରା ସାରା ବିଶ୍ୱ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସେହି ପୁତ୍ର ପରମେଶ୍ୱରଙ୍କ ମହିମା ପ୍ରକାଶ କରନ୍ତି।


Swiv nou:

Piblisite


Piblisite